ଜଲାନ କମିଟି ସୁପାରିସ୍‌ ବୋର୍ଡରେ ଗୃହୀତ;ସରକାରଙ୍କୁ ୧.୭୬ ଲକ୍ଷ କୋଟି ଦେବ ଆର୍‌ବିଆଇ

ମୁମ୍ବାଇ,୨୭-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) କେନ୍ଦ୍ର ସରକାରଙ୍କୁ ବଳକା ପାଣ୍ଠିରୁ ଲାଭାଂଶ ବାବଦରେ ୧.୭୬ କୋଟି ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି। ସୋମବାର ଆର୍‌ବିଆଇର କେନ୍ଦ୍ରୀୟ ବୋର୍ଡ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇ ସୁପାରିସକୁ ଅନୁମୋଦନ କରାଯାଇଛି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ, ଆର୍‌ବିଆଇ ବୋର୍ଡ ଅଫ୍‌ ଡାଇରେକ୍ଟର ସରକାରଙ୍କୁ ୧,୭୬,୦୫୧ କୋଟି ଟଙ୍କା ଲାଭାଂଶ ଦେବାକୁ ଅନୁମୋଦନ କରିଛି। ବଳକା ଲାଭାଂଶ ମଧ୍ୟରୁ ୨୦୧୮-୧୯ ଲାଗି ୧,୨୩,୪୧୪ କୋଟି ଟଙ୍କା ଏବଂ ଅବଶିଷ୍ଟ ୫୨,୬୩୭ କୋଟି ଟଙ୍କା ସଂଶୋଧିତ ପୁଞ୍ଜି ବ୍ୟବସ୍ଥା ସ୍ବରୂପ ପ୍ରଦାନ କରାଯିବ। ୨୦୧୮-୧୯ର ଜିଡିିପିକୁ ହିସାବକୁ ନେଇ ୧.୧୫% ବଳକା ରାଶି ପ୍ରଦାନ କରାଯିବ। ସରକାର ଏହି ଅର୍ଥକୁ ଢ଼ାଞ୍ଚାଗତ ନିର୍ମାଣରେ ବିନିଯୋଗ କରିବେ। ଏହାଦ୍ୱାରା ଅର୍ଥନୀତି ଦୌଡିବା ଦ୍ରୁତତର ହେବ। ସୂଚନାଥାଉ କି, ସରକାରଙ୍କୁ ବଳକା ଅର୍ଥ ପ୍ରଦାନ ନେଇ ଆର୍‌ବିଆଇ ପକ୍ଷରୁ ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଥିଲା। ବାରମ୍ବାର ଏହି କମିଟିର କାର୍ଯ୍ୟକାଳ ବୃଦ୍ଧି କରାଯିବା ପରେ ଶେଷରେ ଗତ ସପ୍ତାହରେ କମିଟି ତାଙ୍କର ରିପୋର୍ଟ ରିଜର୍ଭ ବ୍ୟାଙ୍କକୁ ପ୍ରଦାନ କରିଛି। ରିଜର୍ଭ ବ୍ୟାଙ୍କର ବଳକା ଅର୍ଥକୁ ନେଇ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ସହ ତତ୍କାଳୀନ ଆର୍‌ବିଆଇ ଗଭର୍ନର ଉର୍ଜିତ ପଟେଲଙ୍କ ମତଭେଦ ରହିଥିଲା। ଏହି କାରଣରୁ ପଟେଲ ନିଜ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିଜ ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri