ଜଲିଉଡ ଚନ୍ଦନ ଆୱାର୍ଡ ଉତ୍ସବ: ୧୦୦ କଳାକାର ସମ୍ମାନିତ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଆଠଦିନ ବ୍ୟାପୀ ଗୀତଗୋବିନ୍ଦ ସଦନରେ ଯାତ୍ରା ଜଗତର କଳାକାରମାନଙ୍କୁ ନେଇ ଆୟୋଜିତ ଜଲିଉଡ୍‌ ଚନ୍ଦନ ଆୱାର୍ଡ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ୧୦୦ରୁ ଉର୍ଦ୍ଧ୍ୱ କଳାକାରମାନଙ୍କୁ ଚନ୍ଦନ ଆୱାର୍ଡ ପ୍ରଦାନ କରାଯାଇଥିବାବେଳେ ୫୦୦ରୁ ଊର୍ଦ୍ଧ୍ୱ କଳାକାର ଏଥିରେ ଅଂଶଗ୍ରହଣ କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ଆମେରିକା ଗ୍ରୀନ୍‌ ବ୍ଲୁ ଫ୍ୟାମିଲିର ଅଧ୍ୟକ୍ଷା ସେନ୍‌ସା, ୱି ଫର୍‌ ଗ୍ରୀନ୍‌ ବ୍ଲୁ ଅନୁଷ୍ଠାନର ସେକ୍ରେଟାରି ଜେନେରାଲ ନେସେରିନ୍‌, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂ, ବୀର ମହାସଂଘର ସଭାପତି ପ୍ରକାଶ ଶ୍ରୀଚନ୍ଦନ, ପ୍ରଫେସର ଶଶାଙ୍କ ଚୂଡ଼ାମଣି, ଚିନ୍ତା ଚେତନାର ରାଷ୍ଟ୍ରୀୟ ସମ୍ପାଦକ ସୁରେନ୍ଦ୍ର ଦାସ ପ୍ରମୁଖ ଯୋଗଦେଇ କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ପ୍ରେରଣା ଇଣ୍ଟରନ୍ୟାଶନାଲ ଗ୍ରୀନ୍‌ ଆର୍ମିର କମାଣ୍ଡର ଇନ୍‌ ଚିଫ୍‌ ଦିଲୀପ ଶ୍ରୀଚନ୍ଦନ ଏଥିରେ ସଭାପତିତ୍ୱ କରି କହିଲେ, ଆଗାମୀ ଦିନରେ କଳାକାରମାନଙ୍କ ପରିଚିତି ଦର୍ପଣ ନାମକ ଏକ ପୁସ୍ତକ ପ୍ରକାଶ କରାଯିବ। ଭୁବନେଶ୍ୱରରେ କଳାକାରମାନଙ୍କ ରହଣି ପାଇଁ ଏକ ବାସଭବନ ନିର୍ମାଣ ଲାଗି ସରକାର ଜାଗା ଯୋଗାଇ ଦେବାକୁ ଅନୁଷ୍ଠାନ ପକ୍ଷରୁ ଉଦ୍ୟମ କରାଯିବ। ଏଥିସହିତ ଚଳଚ୍ଚିତ୍ର ଓ ଧାରାବାହିକ ଜଗତର କଳାକାରମାନଙ୍କ ପାଇଁ ସଂସ୍କୃତି ବିଭାଗ ପକ୍ଷରୁ ଯେପରି ସମ୍ମାନ ପ୍ରଦାନ ଉତ୍ସବ ଆୟୋଜନ କରାଯାଉଛି, ଅନୁରୂପ ଭାବରେ ଅପେରା କଳାକାରମାନଙ୍କ ପାଇଁ ସମ୍ମାନ ପ୍ରଦାନ ଉତ୍ସବ ଆୟୋଜନ ନିମନ୍ତେ ସରକାରଙ୍କ ନିକଟରେ ମଧ୍ୟ ଦାବି କରାଯିବ ବୋଲି ଦିଲୀପ ଶ୍ରୀଚନ୍ଦନ କହିଛନ୍ତି। ଏହି ଅବସରରେ ପ୍ରତ୍ୟେକ କଳାକାରଙ୍କୁ ଗୋଟିଏ ଗୋଟିଏ ଗଛ ଚାରା ବଣ୍ଟନ କରାଯାଇଥିଲା ଓ ସେମାନେ ଯେଉଁ ଅଞ୍ଚଳକୁ ନାଟକ ପ୍ରଦର୍ଶନ କରିବାକୁ ଯିବେ, ସେଠାରେ ଥିବା ସ୍କୁଲ୍‌, କଲେଜ, କ୍ଲବ, ମନ୍ଦିର ପରିସରରେ ବୃକ୍ଷରୋପଣ ପାଇଁ ଅନୁରୋଧ କରାଯାଇଥିଲା। ଶେଷରେ ୫୦୦ କଳାକାର ଗ୍ରୀନ୍‌ ଆର୍ମିରେ ଯୋଗଦେବା ସହ ଆଜୀବନ ସଦସ୍ୟ ରହିବା ପାଇଁ ଶପଥଗ୍ରହଣ କରିଥିଲେ। ଏହି ଅବସରରେ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ କୃତି ପାଇଁ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri