ଜଳକଷ୍ଟ ଭୋଗୁଛନ୍ତି ଗନ୍ଧିଗୁଡ଼ା ଗ୍ରାମବାସୀ

ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ.) – ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ପାପରମେଟେଲା ପଞ୍ଚାୟତର ଗନ୍ଧିଗୁଡା ଗ୍ରାମବାସୀ ଜଳକଷ୍ଟ ଭୋଗୁଛନ୍ତି। ଯନ୍ତାପାଇଠାରୁ ୧୫ କିମି ଦୂରରେ ଥିବା ଏହି ଗ୍ରାମରେ ୪୫ଟି ପରିବାର ବସବାସ କରନ୍ତି। ପ୍ରତ୍ୟହ ୨୫୦ରୁ ଊର୍ଦ୍ଧ୍ୱ ଲୋକ ଜଳକଷ୍ଟ ଭୋଗୁଥିବା ଦେଖିବାକୁ ମିଳୁଛି। ଖରାଦିନ ଆରମ୍ଭ ନ ହେଉଣୁ ଗ୍ରାମବାସୀଙ୍କ ଏପରି ଅବସ୍ଥା ହେଲାଣି, ଖରାଦିନ ହେଲେ ଅବସ୍ଥା ଆହୁରି ଜଟିଳ ହୋଇପଡିବ ଏଥିରେ ସନ୍ଦେହ ନାହିଁ। ଗ୍ରାମରେ ଗୋଟିଏ ମାତ୍ର କୂଅ ରହିଛି। ନଳକୂପ ଆଦୌ ନାହିଁ । କୂଅରୁ ବର୍ଷର ଅନ୍ୟ ସମୟରେ ଅଳ୍ପ ପାଣି ମିଳିଥାଏ, ମାତ୍ର ଖରାଦିନେ ପାଣି ଶୁଖିଯାଏ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ଗ୍ରାମଠାରୁ ବହୁ ଦୂରରେ ଥିବା ଏକ ନଦୀରୁ ଗ୍ରାମବାସୀ ପାନୀୟ ଜଳ ସଂଗ୍ରହ କରି ଆଣିଥାନ୍ତି। ଏହାକୁ ସେମାନେ ପାନୀୟ ଜଳ ସହ ନିତ୍ୟ ବ୍ୟବହାର କାର୍ଯ୍ୟରେ ଲଗାଇ ଚଳିଥାନ୍ତି। ଏନେଇ ଗ୍ରାମବାସୀ ବହୁଥର ବିଭାଗୀୟ ଅଧିକାରୀଙ୍କୁ ଜଣାଇ ଆସୁଥିଲେ ମଧ୍ୟ ସେ ଶୁଣୁ ନ ଥିବା ଅଭିଯୋଗ କରିଛନ୍ତି। ତୁରନ୍ତ ଗ୍ରାମର ପାନୀୟ ଜଳ ସମସ୍ୟା ଦୂର କରିବାକୁ ପ୍ରଶାସନ ପଦକ୍ଷେପ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଆଜି ସେଠାକାର କିଛି ଗ୍ରାମବାସୀ ଚିତ୍ରକୋଣ୍ଡାକୁ ବିଧାୟକ ଆସୁଥିବା ଖବର ଶୁଣି ଚିତ୍ରକୋଣ୍ଡା ବ୍ଲକ ନିକଟରେ ଦରଖାସ୍ତ ଧରି ଜଗି ରହିଥିଲେ ତାଙ୍କର ସମସ୍ୟା ଜଣାଇବା ପାଇଁ ା ଅବିଳମ୍ବେ ଜିଲା ପ୍ରଶାସନ ଉକ୍ତ ଜନସାଧାରଣଙ୍କ ପାଇଁ ପାନୀୟ ଜଳର ସୁବିଧା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଘରକୁ ଫେରିବା ବେଳେ ହେଲା ବଜ୍ରପାତ, ସ୍ଵାମୀ ଆଗରେ ଗଲା ସ୍ତ୍ରୀର ଜୀବନ

କାଲିମେଳା,୨୯।୫(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ବ୍ଲକ ମହାରାଜପଲ୍ଲୀ ପଞ୍ଚାୟତ ସଦର ଗ୍ରାମରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ତେବେ ତାଙ୍କ ସ୍ବାମୀ…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ…

ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଗିରଫ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ

ମାଲକାନଗିରି, ୫।୫ (ଦୁର୍ଯ୍ୟୋଧନ ପାତ୍ର): ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିବା ଅଭିଯୋଗରେ କୋରାପୁଟ ଭିଜିଲାନ୍ସ ସୋମବାର କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ (କେସିସି)ର ମାଲକାନଗିରି…

କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍‌ ପରୀକ୍ଷା ପାସ୍‌ କଲେ ଲକ୍ଷ୍ମୀ

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ…

କୋଟିଏରୁ ଅଧିକ ଟଙ୍କା ଖାଇଗଲେ ବ୍ୟାଙ୍କ ମ୍ୟାନେଜର, ମିଛ ରସିଦ୍‌ ଦେଇ…

ମାଲକାନଗିରି,୨୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଶୁଭେନ୍ଦୁ ଖରା ଲ୍ୟାମ୍ପସ ଟଙ୍କାକୁ ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଯାହାର ଟେର୍‌ ପାଇ ନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri