ଜଳବାୟୁ ପରିବର୍ତ୍ତନ ପ୍ରଭାବ: ୨୧୦୦ ବେଳକୁ ନ ଥିବ ପ୍ରବାଳ ପ୍ରାଚୀର

କାନବେରା,୨୩।୨: ଜଳବାୟୁ ପରିବର୍ତ୍ତନର ପ୍ରଭାବ ପୃଥିବୀର ଜୈବ ବିବିଧତା ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ଆସନ୍ତା ୨୧୦୦ ବେଳକୁ ସମୁଦ୍ରରେ ଥିବା ପ୍ରବାଳ ପ୍ରାଚୀର ସମ୍ପୂର୍ଣ୍ଣ ଲୋପ ପାଇଯିବ। ଏନେଇ ହାବାର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ୭୦ରୁ ୮୦ ବର୍ଷ ମଧ୍ୟରେ ଏହା ନଷ୍ଟ ହୋଇଯିବାର ଆଶଙ୍କା ଦେଖାଦେଇଛି। ଆଗାମୀ ୨୦ ବର୍ଷ ବଳେକୁ ପ୍ରବାଳ ପ୍ରାଚୀରର ୭୦ରୁ ୯୦ ପ୍ରତିଶତ ଲୋପ ହେବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଆମେରିକାର ନ୍ୟାଶନାଲ୍‌ ଓସୋନିକ୍‌ ଆଣ୍ଡ୍‌ ଆଟମସ୍‌ଫେରିକ୍‌ ଆଡମିନିଷ୍ଟ୍ରେଶନ ପକ୍ଷରୁ କୁହାଯାଇଛି ଯେ, ୨୦୪୫ ବେଳକୁ ସମୁଦ୍ରର ପ୍ରବାଳ ପ୍ରାଚୀର ବହୁମାତ୍ରାରେ ନଷ୍ଟ ହୋଇଯିବ। ସମୁଦ୍ର ଜଳରେ ବୃଦ୍ଧି ପାଉଥିବା ବିଭିନ୍ନ ଅମ୍ଳ(ଏସିଡ୍‌)ର ପରିମାଣ ସହିତ ସମୁଦ୍ର ଜଳର ତାପମାତ୍ରା ବୃଦ୍ଧି, ପ୍ରଦୂଷଣ, ଜନସଂଖ୍ୟା ବୃଦ୍ଧି ତଥା ମାଛଧରା କାର୍ଯ୍ୟ ଯୋଗୁ ପ୍ରବାଳ ପ୍ରାଚୀରର ବିକାଶରେ ବାଧା ସୃଷ୍ଟି ହେଉଥିବା ରିପୋର୍ଟ ଉଲ୍ଲେଖ ରହିଛି। ଚଳିତ ଶତାବ୍ଦୀର ଶେଷ ପର୍ଯ୍ୟନ୍ତ କାଲିଫର୍ନିଆ ଲୋହିତ ସାଗରରେ ଥିବା ଲାଲ ପ୍ରବାଳ ରହିବାର ଆଶା ଥିବା କୁହାଯାଉଛି। ଅଷ୍ଟ୍ରେଲିଆରେ ଥିବା ଗ୍ରେଟ୍‌ ବାରିଅର ରିଫ୍‌ର ୨୩୦୦ କିମି ପ୍ରବାଳ ପ୍ରାଚୀର ନଷ୍ଟ ହେଉଥିବାରୁ ପରିବେଶ୍‌ବିତ୍‌ମାନେ ଚିନ୍ତିତ ରହିଛନ୍ତି। ୨୦୧୬-୧୭ରେ ଜଳବାୟୁ ପରିବର୍ତ୍ତନ ଓ ତାପମାତ୍ରା ବୃଦ୍ଧି ଏହାର ମୁଖ୍ୟ କାରଣ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri