ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ଉତ୍ତେଜନା

ରାଇରଙ୍ଗପୁର,୨ା୨(ଡି.ଏନ୍‌.ଏ.): ରାଇରଙ୍ଗପୁର କଲେଜ ଛାତ୍ରୀନିବାସ ପଛପଟ ପାଚେରୀ ଏବଂ ଖେଳପଡ଼ିଆ ପାର୍ଶ୍ୱରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ବିବାଦ ଦେଖାଦେଇଛି। ରାଇରଙ୍ଗପୁର ବ୍ଲକ ଅଧୀନ ଭାଲୁବସା ପଞ୍ଚାୟତବାସୀ ଏହି ପ୍ରକଳ୍ପ ନିର୍ମାଣ ସପକ୍ଷରେ ଥିବା ବେଳେ ସ୍ଥାନୀୟ ପୁରୁଣାଘାଟୀ ବସ୍ତି ଅଞ୍ଚଳବାସୀ ଏହାକୁ ବିରୋଧ କରିଛନ୍ତି। ଶନିବାର ଭାଲୁବସା ପଞ୍ଚାୟତବାସୀ ଏହି ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ଦାବିରେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ସୂଚନାନୁଯାୟୀ,ରାଇରଙ୍ଗପୁର ବ୍ଲକ ଭାଲୁବସା ପଞ୍ଚାୟତର ୬ଟି ଗ୍ରାମକୁ ପାନୀୟ ଜଳ ଯୋଗାଣ ନିମନ୍ତେ ୧୯୩ କୋଟି ଟଙ୍କା ବିନିମୟରେ ଉକ୍ତ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ କରାଯାଉଥିଲା। ମାତ୍ର ପୁରୁଣାଘାଟୀ ବସ୍ତି ଅଞ୍ଚଳବାସୀ ଉକ୍ତ କାର୍ଯ୍ୟକୁ ବିରୋଧ କରିଥିଲେ। ଭାଲୁବସା ପଞ୍ଚାୟତବାସୀ ତୁରନ୍ତ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିବା ସକାଶେ ଯିିଦରେ ଅଟଳ ରହିବା ସହ ଶତାଧିକ ମହିଳାପୁରୁଷ ଭାଲୁବସା ସରପଞ୍ଚ ବିଜୟ ମାରାଣ୍ଡି, ପୂର୍ବତନ ଜିଲା ପରିଷଦ ସଭ୍ୟ ଆଲୋକ ମହାନ୍ତ ଏବଂ ଜିତେନ୍ଦ୍ର ନାଥ ହେମ୍ବ୍ରମ ପ୍ରମୁଖଙ୍କ ନେତୃତ୍ୱରେ ସ୍ଥାନୀୟ ଉପଜିଲାପାଳ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିଥିଲେ। ଏନେଇ ଗ୍ରାମବାସୀ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହାସହ ଗ୍ରାମବାସୀ ସ୍ଥାନୀୟ ତହସିଲଦାର ଜଗରଞ୍ଜନ ନାୟକଙ୍କୁ ଭେଟି ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣ ଲାଗି ତୁରନ୍ତ ସ୍ଥାନ ନିରୂପଣ କରିବା ଲାଗି ଦାବି କରିଥିଲେ। ଆଲୋଚନା ବେଳେ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କରୁଥିବା ଏଲ୍‌ଆଣ୍ଡଟି କମ୍ପାନୀର ଜଣେ ଇଞ୍ଜିନିୟର ଏବଂ କର୍ମଚାରୀଙ୍କ ସମେତ ଟାଉନ ଥାନା ଅଧିକାରୀ ଇନ୍ସପେକ୍ଟର ରେଣୁବାଳା ସାହୁ ଉପସ୍ଥିତ ଥିଲେ। ଉକ୍ତ ଗ୍ରାମ୍ୟ ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣ ବାବଦ ଏବଂ ଉତ୍ତେଜନାକୁ ନେଇ ନିର୍ମାଣସ୍ଥଳରେ ପୋଲିସ ପ୍ରଶାସନ ପକ୍ଷରୁ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri