ଜଳସଙ୍କଟରେ ଗୋଚ୍ଛାୟତସାହିବାସୀ

ବଅଁରପାଳ, ୨୪ା୫(ଡି.ଏନ.ଏ.)- ବଅଁରପାଳ ବ୍ଲକ ଗିରାଙ୍ଗ ଗୋଚ୍ଛାୟତ ସାହିରେ ଲାଗି ରହିଛି ପାନୀୟ ଜଳ ସଙ୍କଟ। ସାହିବାସୀ ପାଣି ମୁନ୍ଦେ ପାଇଁ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସାହିରେ ପାନୀୟ ଜଳର କୌଣସି ବ୍ୟବସ୍ଥା ନ ଥିବାବେଳେ ଏକମାତ୍ର ଖୋଲା କୂଅ ପରିତ୍ୟକ୍ତ ଅବସ୍ଥାରେ ରହିଛି। ଫଳରେ ସାହି ନିକଟରେ ଥିବା ଏକ ନଳକୂଅ ଉପରେ ନିର୍ଭର କରୁଛନ୍ତି ପ୍ରାୟ ୪୦ ପରିବାର।
ସାହିବାସୀଙ୍କ କହିବା ମୁତାବକ, ପୂର୍ବରୁ ଲାଗି ରହିଥିବା ଜଳ ସମସ୍ୟା ଏବେ ବଢିଯାଇଛି। ସରକାରଙ୍କ ପକ୍ଷରୁ ସାହି ମଧ୍ୟରେ ଗୋଟିଏ ହେଲେ ନଳକୂଅର ବ୍ୟବସ୍ଥା କରାଯାଇନାହିଁ। ଏକମାତ୍ର ସରକାରୀ ଖୋଲାକୂଅଟି ଏବେ ପରିତ୍ୟକ୍ତ ଅବସ୍ଥାରେ। ସାହିଠାରୁ ଦୂରରେ ଥିବା ୨ଟି ନଳକୂଅ ମଧ୍ୟରୁ ଗୋଟିଏ ଅଚଳ ହୋଇପଡିଛି। ଫଳରେ ଆଉ ଗୋଟିଏ ନଳକୂଅରେ ସାହିର ୪୦ ପରିବାର ନିର୍ଭର କରୁଥିଲେ ହେଁ ସେଥିରୁ ଆବଶ୍ୟକ ମୁତାବକ ପାଣି ବାହାରୁନାହିଁ। ଏହା ନାଲ୍‌କୋ ପାର୍ଶ୍ୱବର୍ତ୍ତୀ ଗ୍ରାମ ହୋଇଥିବାରୁ ପ୍ରକଳ୍ପ ପକ୍ଷରୁ ପାଇପ୍‌ ଯୋଗେ ପାଣି ଯୋଗାଯିବା ସହ ସରକାରଙ୍କ ପକ୍ଷରୁ ଏଠାରେ ନଳକୂଅ ଖୋଳିବାକୁ ସାହିବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ସାହିର ଭାଗିରଥୀ ଗୋଚ୍ଛାୟତ, ମନିଷା ଗୋଚ୍ଛାୟତ, ପ୍ରଜାପତି ଗୋଚ୍ଛାୟତ ପ୍ରମୁଖ କୁହନ୍ତି, ପାଣି ପାଇଁ ବହୁ ଅସୁବିଧା ଭୋଗିବାକୁ ପଡୁଛି। ସାହିଠାରୁ ଅଳ୍ପ ଦୂରରେ ଥିବା ଗୋଟିଏ ନଳକୂଅ ଶୋଷ ମେଣ୍ଟାଇପାରୁନି। ଫଳରେ ଦୂର ବାଟରୁ ପାଣି ବୋହି ଘରକୁ ଆଣିବାକୁ ପଡୁଛି। ନାଲ୍‌କୋ ପକ୍ଷରୁ ଜଳ ଯୋଗାଣ କିମ୍ବା ସରକାରଙ୍କ ପକ୍ଷରୁ ପାନୀୟ ଜଳ ବ୍ୟବସ୍ଥା କରାଗଲେ ସାହିବାସୀଙ୍କ ସମସ୍ୟା ଦୂର ହୁଅନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri