ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ନୀତି ଆୟୋଗ ଟିମ୍‌: ଚାଷୀଙ୍କ ଆର୍ଥତ୍କ ସ୍ଥିତିରେ ଉନ୍ନତି ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଥିବା ନୀତି ଆୟୋଗର କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଦଳ ରବିବାର ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ବୁଲି ପରିଦର୍ଶନ କରିଛନ୍ତି। ଏଥିସହ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ପ୍ରକଳ୍ପର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି।
ଟିମ୍‌ ଲିଡର ଯୋଗେଶ ରାଉଣ୍ଡାଲଙ୍କ ନେତୃତ୍ୱରେ ବ୍ୟାସଦେବ ନାୟକ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କ ସହ କ୍ଷେତ୍ର ପରିଦର୍ଶନ କରିଥିଲେ। ଏହି ପରିଦର୍ଶନ ସମୟରେ ଦଳ ବିଭିନ୍ନ ଚେକ୍‌ ଡ୍ୟାମ ଓ ଏହା ପାର୍ଶ୍ୱରେ ହୋଇଥିବା ପନିପରିବା ଚାଷକୁ ବୁଲି ଦେଖିଥିଲେ। କୁକୁରପେଟା ଉଠାଜଳସେଚନ ପ୍ରକଳ୍ପ ଦ୍ୱାରା ହୋଇଥିବା କଦଳୀ ବଗିଚା, ଜରିପାଳ ଓ କର୍ଣ୍ଣପାଳ ପାଣି ପଞ୍ଚାୟତ ପରିଦର୍ଶନ ସହ ମହିଳାମାନଙ୍କ ଦ୍ୱାରା ପରିଚାଳିତ ଛେଣ୍ଡିପଦା ବ୍ଲକର ଆଉଁଳି ପାଣି ପଞ୍ଚାୟତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ମୂଷାପାପୁଲିଠାରେ ଉଦ୍ୟାନ ବିଭାଗ ଦ୍ୱାରା ଚାଲୁଥିବା ସିଞ୍ଚନ ଜଳସେଚନ କାର୍ଯ୍ୟକୁ ଦଳ ବୁଲି ଦେଖିବା ସହ ଜଳର ଠିକ୍‌ ବିନିଯୋଗକୁ ନେଇ ସନ୍ତୋଷ ପ୍ରକାଶ କରିଥିଲେ। ପରେ ଦଳ ଆଠମଲ୍ଲିକର ମାନ୍‌ଜୋର ମଧ୍ୟମ ଜଳସେଚନ ପ୍ରକଳ୍ପ, ରେଙ୍ଗାଳି ବୃହତ ଜଳସେଚନ ପ୍ରକଳ୍ପ ଓ ଡେରଜାଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପ ସମେତ ଟିକରପଡ଼ା ଅଞ୍ଚଳରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ବୁଲି ଦେଖିଥିଲେ। ଜଳସେଚନ ପ୍ରକଳ୍ପଗୁଡ଼ିକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଆବଶ୍ୟକ ପାଣ୍ଠି ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେବେ ବୋଲି ଟିମ୍‌ ସଦସ୍ୟମାନେ ପ୍ରକାଶ କରିଥିଲେ। ଜିଲାର ଚିରସ୍ରୋତା ଜଳ ଉତ୍ସର ବ୍ୟବହାର କରି ବିଭିନ୍ନ ଅର୍ଥକାରୀ ଫସଲ ଅମଳ କରାଇ ଚାଷୀଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ଦିଗରେ ବିଭାଗୀୟ ଅଧିକାରୀମାନେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିବା ଜିଲାପାଳ ମନୋଜ କୁମାର ମହାନ୍ତି ଜିଲାର ବିଭିନ୍ନ ଜଳ ଉତ୍ସର ଠିକ୍‌ ଉପଯୋଗିତା ପାଇଁ ଆବଶ୍ୟକ ପାଣ୍ଠି ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ଖଣିଜ ପାଣ୍ଠିରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜଳସେଚନ ପ୍ରକଳ୍ପ ସମ୍ପର୍କରେ ଜିଲାପାଳ ସୂଚନା ଦେବା ସହ ଅଧିକ ସଂଖ୍ୟାରେ ଫାର୍ମ ପଣ୍ଡ ଓ ଜଳ ଅମଳ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଆବଶ୍ୟକ ପାଣ୍ଠି ସମ୍ପର୍କରେ ଦଳର ଦୃଷ୍ଟି ଆକର୍ଷଣ କରିଥିଲେ। ଅନୁଗୋଳ ଜଳସେଚନ ସର୍କଲର ଅଧୀକ୍ଷଣ ଯନ୍ତ୍ରୀ ଦିପ୍ତୀ ରଞ୍ଜନ ପଣ୍ଡା ସମସ୍ତଙ୍କୁ ସ୍ବାଗତ ଜଣାଇଥିଲେ। ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ସରୋଜକାନ୍ତ ମିଶ୍ର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟକାରିତା ସମ୍ପର୍କରେ ଆବଶ୍ୟକ ସୂଚନା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେରଜାଙ୍ଗ ଜଳସେଚନ ପ୍ରକଳ୍ପର ଉପନିର୍ବାହୀ ଯନ୍ତ୍ରୀ ସୁବ୍ରତ ନାୟକ, ଉପ କୃଷି ନିର୍ଦ୍ଦେଶକ ବିଜୟ କୁମାର ମହାପାତ୍ର, ଅନୁଗୋଳ ଉଦ୍ୟାନ ବିଭାଗର ଉପନିର୍ଦ୍ଦେଶକ ପଦ୍ମଲୋଚନ ଦାସଙ୍କ ସମେତ ବିଭିନ୍ନ ଜଳସେଚନ ପ୍ରକଳ୍ପର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଜଳ ବିଭାଜିକାର ପ୍ରକଳ୍ପ ନିର୍ଦ୍ଦେଶକ ଶିବ ପ୍ରସାଦ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?