ଜଳିଗଲା ଟାଟା ମ୍ୟାଜିକ, କାରଣ ଅସ୍ପଷ୍ଟ

ଚୌଦ୍ୱାର,୨୦।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ତାରେଣୀ ବଜାରରେ ଏକ ଟାଟା ମ୍ୟାଜିକ ଗାଡ଼ି (ଓଆର୍‌ ୦୫ଏମ୍‌୭୫୨୩) ମଙ୍ଗଳବାର ବିଳମ୍ବିତ ରାତିରେ ଜଳିଯାଇଛି। ଗାଡ଼ିଟି ଘର ଆଗରେ ଥୁଆ ହୋଇଥିଲା ବେଳେ ତାହା ଜଳୁଥିଲା। ପାଟ୍ରୋଲିଂ କରୁଥିବା ପୋଲିସ ଏହା ଦେଖି ଦମକଳ ବାହିନିକୁ ଖବର ଦେଇଥିଲେ। ଦମକଳ ବାହିନି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ପୋଲିସ ଘଟଣାର ତଦନ୍ତ ଜାରିରଖିଛି।