ଜଳୁନି ଟୋଲପ୍ଲାଜା ହାଇମାଷ୍ଟ

ଢେଙ୍କିକୋଟ,୧୯ା୭(ଡି.ଏନ୍‌.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍‌ ନିର୍ମାଣ ଏପର୍ଯ୍ୟନ୍ତ ହୋଇନାହିଁ। ଓଭରବ୍ରିଜ୍‌ରେ ୪ ଲେନ୍‌ କଲାନି ରାସ୍ତା ନ ହେବାରୁ ଦୈନିକ ଦୁର୍ଘଟଣାରେ ଧନଜୀବନ ନଷ୍ଟ ହେଉଛି। ସେଥିପ୍ରତି କୌଣସି ପଦକ୍ଷେପ ନିଆଯାଉ ନାହିଁ। ତେବେ ବଜାରଠାରୁ ୧ କି.ମି. ଦୂରରେ ଅବସ୍ଥିତ ଟୋଲପ୍ଲାଜା। ଏଠାରେ ଦିନରାତି ହଜାର ହଜାର ଟ୍ରକ୍‌, ବସ୍‌ ଓ ଛୋଟ ଗାଡ଼ିରୁ ଟୋଲ ବାବଦକୁ ପ୍ରତିଦିନ ଲକ୍ଷ ଲକ୍ଷ ଟଙ୍କା ଆଦାୟ କରାଯାଉଛି। କିନ୍ତୁ ଏହାର ୫୦୦ ମିଟର ଦୂର ଉଭୟ ପାର୍ଶ୍ୱ ଜାତୀୟ ରାଜପଥରେ ହାଇମାଷ୍ଟ ଲାଇଟ ଲଗାଇଥିଲେ ମଧ୍ୟ ସେ ସବୁ ଜଳୁନାହିଁ। ଏନେଇ ଜାତୀୟରାଜପଥ ପ୍ରାଧୀକରଣଙ୍କୁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ଏହାର କୌଣସି ସ୍ଥାୟୀ ପ୍ରତିକାର କରାଯାଉନାହିଁ। ଏଣେ ହାଇମାଷ୍ଟ ଜଳୁ ନ ଥିବାରୁ ଅନ୍ଧାରର ସୁଯୋଗ ନେଇ ଅସାମାଜିକ ଯୁବକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏହି ରାସ୍ତାରେ ମଦ, ଗଞ୍ଜେଇ ନିଶାଦ୍ରବ୍ୟ ସେବନ କରି ରାତିରେ ରହୁଥିବା ଟ୍ରକ୍‌ ଡ୍ରାଇଭରଙ୍କଠାରୁ ଚୋରି ଲୁଟ୍‌ପାଟ୍‌ ଦିନକୁ ଦିନ ବୃଦ୍ଧି ପାଉଛି। ଶୌଚାଳୟ କାର୍ଯ୍ୟ ଶେଷ କରି ନ ଥିବାରୁ ତା’ ଭିତରେ ରହି ବିଭିନ୍ନ ଅନୈତିକ କାର୍ଯ୍ୟକଳାପ କରୁଥିବା ଅଭିଯୋଗ ହେଉଛି। ଏଣୁ ଜାତୀୟରାଜପଥ ପ୍ରାଧୀକରଣ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ଲାଇଟଗୁଡ଼ିକୁ ମରାମତି କରି ଜାଳିବା ପାଇଁ ସାଧାରଣରେ ଦାବି ହେଉଛି ନଚେତ ଏହା ଆନ୍ଦୋଳାତ୍ମକ ରୂପ ନେବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri