ଜଳୁନି ଟୋଲପ୍ଲାଜା ହାଇମାଷ୍ଟ

ଢେଙ୍କିକୋଟ,୧୯ା୭(ଡି.ଏନ୍‌.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍‌ ନିର୍ମାଣ ଏପର୍ଯ୍ୟନ୍ତ ହୋଇନାହିଁ। ଓଭରବ୍ରିଜ୍‌ରେ ୪ ଲେନ୍‌ କଲାନି ରାସ୍ତା ନ ହେବାରୁ ଦୈନିକ ଦୁର୍ଘଟଣାରେ ଧନଜୀବନ ନଷ୍ଟ ହେଉଛି। ସେଥିପ୍ରତି କୌଣସି ପଦକ୍ଷେପ ନିଆଯାଉ ନାହିଁ। ତେବେ ବଜାରଠାରୁ ୧ କି.ମି. ଦୂରରେ ଅବସ୍ଥିତ ଟୋଲପ୍ଲାଜା। ଏଠାରେ ଦିନରାତି ହଜାର ହଜାର ଟ୍ରକ୍‌, ବସ୍‌ ଓ ଛୋଟ ଗାଡ଼ିରୁ ଟୋଲ ବାବଦକୁ ପ୍ରତିଦିନ ଲକ୍ଷ ଲକ୍ଷ ଟଙ୍କା ଆଦାୟ କରାଯାଉଛି। କିନ୍ତୁ ଏହାର ୫୦୦ ମିଟର ଦୂର ଉଭୟ ପାର୍ଶ୍ୱ ଜାତୀୟ ରାଜପଥରେ ହାଇମାଷ୍ଟ ଲାଇଟ ଲଗାଇଥିଲେ ମଧ୍ୟ ସେ ସବୁ ଜଳୁନାହିଁ। ଏନେଇ ଜାତୀୟରାଜପଥ ପ୍ରାଧୀକରଣଙ୍କୁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ଏହାର କୌଣସି ସ୍ଥାୟୀ ପ୍ରତିକାର କରାଯାଉନାହିଁ। ଏଣେ ହାଇମାଷ୍ଟ ଜଳୁ ନ ଥିବାରୁ ଅନ୍ଧାରର ସୁଯୋଗ ନେଇ ଅସାମାଜିକ ଯୁବକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏହି ରାସ୍ତାରେ ମଦ, ଗଞ୍ଜେଇ ନିଶାଦ୍ରବ୍ୟ ସେବନ କରି ରାତିରେ ରହୁଥିବା ଟ୍ରକ୍‌ ଡ୍ରାଇଭରଙ୍କଠାରୁ ଚୋରି ଲୁଟ୍‌ପାଟ୍‌ ଦିନକୁ ଦିନ ବୃଦ୍ଧି ପାଉଛି। ଶୌଚାଳୟ କାର୍ଯ୍ୟ ଶେଷ କରି ନ ଥିବାରୁ ତା’ ଭିତରେ ରହି ବିଭିନ୍ନ ଅନୈତିକ କାର୍ଯ୍ୟକଳାପ କରୁଥିବା ଅଭିଯୋଗ ହେଉଛି। ଏଣୁ ଜାତୀୟରାଜପଥ ପ୍ରାଧୀକରଣ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ଲାଇଟଗୁଡ଼ିକୁ ମରାମତି କରି ଜାଳିବା ପାଇଁ ସାଧାରଣରେ ଦାବି ହେଉଛି ନଚେତ ଏହା ଆନ୍ଦୋଳାତ୍ମକ ରୂପ ନେବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri