ଜଳେଶ୍ୱରରେ ଏସ୍‌ଟିଏଫ୍‌ର ଚଢ଼ାଉ: ୩୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର, ୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଝାଡ଼େଶ୍ୱରପୁର ଗ୍ରାମରେ ଭୁବନେଶ୍ୱରରୁ ଆସିଥିବା ଏସ୍‌ଟିଏଫ୍‌ର ଏକ ୧୫ଜଣିଆ ଟିମ୍‌ ଚଢାଉ କରି ଶେଖ ଲାଲବାବୁଙ୍କୁ ଗିରଫ କରିବା ସହ ୩୦ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରିଛି। ଶନିବାର ସକାଳେ ଏହି ଟିମ୍‌ ଭଦ୍ରକ ରୁରାଲ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବ୍ରାଉନ୍‌ସୁଗାର ସହ ଗିରଫ କରିବା ପରେ ଜଳେଶ୍ୱରର ଲାଲବାବୁଙ୍କଠାରୁ ବ୍ରାଉନ୍‌ସୁଗାର କିଣି ବ୍ୟବସାୟ କରୁଥିବା ପ୍ରକାଶ କରିଥିଲେ। ପରେ ଏସ୍‌ଟିଏଫ୍‌ ଟିମ୍‌ ଜଳେଶ୍ୱରରେ ପହଞ୍ଚି ଜଳେଶ୍ୱର ଷ୍ଟେଶନ ବଜାର ଅଞ୍ଚଳରେ ଥିବା ଏକ ହୋଟେଲ ପଛପଟୁ ଶେଖ ଲାଲବାବୁଙ୍କୁ ବ୍ରାଉନ୍‌ସୁଗାର ସହ ଧରିବାରେ ସଫଳ ହୋଇଥିଲେ। ଜବତ ପରେ ଏସ୍‌ଟିଏଫ୍‌ ଟିମ୍‌ ଗିରଫ ଲାଲବାବୁଙ୍କୁ ଝାଡ଼େଶ୍ୱରପୁରସ୍ଥିତ ଘରକୁ ମଧ୍ୟ ଖାନତଲାସୀ କରିଥିବା ଜଣାପଡ଼ିଛି। ଏହି ବ୍ରାଉନ୍‌ସୁଗାର ବେପାରରେ ସ୍ଥାନୀୟ ଅଟୋ ମୋବାଇଲ ବ୍ୟବସାୟ କରୁଥିବା କେତେକ ବ୍ୟବସାୟୀ ଏହି କାରବାରରେ ସମ୍ପୃକ୍ତ ଥିବା ଆଲୋଚନା ହେଉଛି। ଚଢ଼ାଉରେ ଡିଏସ୍‌ପି ବୈଳାସିନୀ ପଣ୍ଡା, ଇନ୍ସପେକ୍ଟର ନୀଳକଣ୍ଠ ଦାସ, ବିରଞ୍ଚି ଦାସ ଓ ମନୋଜ ରାଉତ ପ୍ରମୁଖ ସାମିଲ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri