Posted inରାଜ୍ୟ

ଜଳ ବିବାଦ ସମାଧାନର ବିକଳ୍ପ ସୂତ୍ର ରହିଛି: କାବେରୀ ଭଳି ମହାନଦୀର ଅବସ୍ଥା ନ ହେଉ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ମହାନଦୀ ଟ୍ରିବ୍ୟୁନାଲର ନବମ ବୈଠକ ଓ ଶୁଣାଣି ହୋଇଛି। ଏଥିରେ ଉଭୟ ରାଜ୍ୟ ତରଫରୁ ବିଶେଷଜ୍ଞ ଦଳ ପରସ୍ପର ରାଜ୍ୟକୁ ଗସ୍ତକରି ରିପୋର୍ଟ ପ୍ରଦାନ କରିବା ବ୍ୟତୀତ ଅନ୍ୟକିଛି ବିଷୟରେ ଶୁଣାଣି ହୋଇନାହିଁ। ଟ୍ରିବ୍ୟୁନାଲର କଚ୍ଛପ ଗତି ସମସ୍ତଙ୍କୁ ମର୍ମାହତ କରିଥିବାବେଳେ ଓଡ଼ିଶାର ମୂଳ ଆବେଦନ ଉପରେ କୌଣସି ଅଗ୍ରଗତି ନ ହେବା ଦୁଃଖଦାୟକ। ଛତିଶଗଡ଼ ମହାନଦୀ ଉପରେ ନିର୍ମାଣ କରିଥିବା ବେଆଇନ ପ୍ରକଳ୍ପଗୁଡ଼ିକୁ ସ୍ଥଗିତ ରଖିବା ପାଇଁ ହୋଇଥିବା ଆବେଦନକୁ ଟ୍ରିବ୍ୟୁନାଲ ଏବେ ପର୍ଯ୍ୟନ୍ତ ବିଚାରକୁ ନ ନେବା ଦୁଃଖର ବିଷୟ। ଟ୍ରିବ୍ୟୁନାଲ ଦ୍ୱାରା କାବେରୀ ପରି ମହାନଦୀ ଅବସ୍ଥା ନ ହେଉ ବୋଲି ମହାନଦୀ ବଞ୍ଚାଓ ଆନ୍ଦୋଳନ ସଂଗଠନ କହିଛି। ଶନିବାର ରେଡ଼କ୍ରସ ଭବନରେ ସଂଗଠନ ପକ୍ଷରୁ ମହାନଦୀ ‘ଜଳ ବିବାଦର ସମାଧାନ କ୍ଷେତ୍ରରେ ବିକଳ୍ପ ରାସ୍ତା’ ଉପରେ ଅନୁଷ୍ଠିତ କର୍ମଶାଳାରେ ଏ ନେଇ ଆଲୋଚନା କରାଯାଇଥିଲା। ପୁଣେସ୍ଥିତ ୱାଟର କନ୍‌ଫ୍ଲିଟ ଫୋରମ ପକ୍ଷରୁ ବିଶିଷ୍ଟ ନଦୀ ଗବେଷକ ଡ. ଟି.କେ. ଜୟ ଏକ ଚିଠା ପ୍ରସ୍ତାବ ଉପସ୍ଥାପନ କରି ସମସ୍ୟା ସମାଧାନର ବିଭିନ୍ନ ଦିଗ ଉପରେ ଗୁରୁତ୍ୱାରୋପ କରିଥିଲେ। ଆମେରିକାର ଇନ୍‌ଷ୍ଟିଚ୍ୟୁଟ ଫର୍‌ ୱାଟର କଲଚରର ନିର୍ଦ୍ଦେଶକ ଡ. ଡ଼େଭିଡ଼ ଗ୍ରୋନଫିଟ୍‌, ଡ. ଆବ୍ରାହମ ସାମୁଏଲ୍‌, ଡ. ନେହା ଭଡ଼ଭଡ଼େ ପ୍ରମୁଖ ଏହି ଚିଠା ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri