Posted inଜାତୀୟ

ଜଷ୍ଟିସ୍‌ ଶୁକ୍ଳାଙ୍କ ବିରୋଧରେ ରୁଜୁ ହେବ ମାମଲା

ନୂଆଦିଲ୍ଲୀ,୧ା୮(ପି.ଟି./ ଆଇଏଏନ୍‌ଏସ୍‌)-ଆଲ୍ଲାହାବାଦ୍‌ ହାଇକୋର୍ଟର ବିଚାରପତି ଜଷ୍ଟିସ ଏସ୍‌.ଏନ୍‌. ଶୁକ୍ଲାଙ୍କ ବିରୋଧରେ ମାମଲା ରୁଜୁ କରିବା ଲାଗି ପ୍ରଧାନ ବିଚାରପତି (ସିଜେଆଇ)ଜଷ୍ଟିସ ରଞ୍ଜନ ଗୋଗୋଇ ସିବିଆଇକୁ ଅନୁମତି ଦେଇଛନ୍ତି। ଏମ୍‌ବିବିଏସ୍‌ ନାମଲେଖା ପାଇଁ ଏକ ଘରୋଇ କଲେଜକୁ ସେ ଅନୁକମ୍ପା ପ୍ରଦର୍ଶନ କରିଥିବା ନେଇ ଅଭିଯୋଗ ହେବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସିବିଆଇ ପକ୍ଷରୁ ଏନେଇ ଅନୁମତି ମଗାଯାଇଥିବାବେଳେ ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ପରାମର୍ଶକ୍ରମେ ପୂର୍ବରୁ ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଥିଲା। ଜଷ୍ଟିସ୍‌ ମିଶ୍ର ଏନେଇ କେତେକ ହାଇକୋର୍ଟ ବିଚାରପତିଙ୍କୁ ନେଇ ପ୍ୟାନେଲ ଗଠନ କରିଥିଲେ। ଏହି ପ୍ୟାନେଲ ଜଷ୍ଟିସ ଶୁକ୍ଳାଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ଆରମ୍ଭ କରିଥିଲା। ସିବିଆଇ ପକ୍ଷରୁ ଏ ସମ୍ପର୍କୀତ ତଥ୍ୟ କ୍ରମାନୁସାରେ ସିଜେଆଇଙ୍କୁ ପ୍ରଦାନ କରାଯାଇଛି। ସିବିଆଇ ରିପୋର୍ଟ ଦେଖିବା ପରେ ଜଷ୍ଟିସ୍‌ ଗୋଗୋଇ ତଦନ୍ତ ଆରମ୍ଭ କରିବା ଲାଗି ଅନୁମତି ପ୍ରଦାନ କରିଛନ୍ତି। ହାଇକୋର୍ଟର ଜଣେ କାର୍ଯ୍ୟକାରୀ ବିଚାରପତିଙ୍କ ବିରୋଧରେ ତଦନ୍ତ ଲାଗି ଅନୁମତି ଦିଆଯିବା ଓ ମାମଲା ରୁଜୁହେବା ପ୍ରଥମ ବୋଲି ସୁପ୍ରିମକୋର୍ଟ ଅଧିକାରୀଙ୍କଠାରୁ ଜଣାପଡ଼ିଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ୧୯୯୧ରେ ସର୍ବୋଚ୍ଚ ଅଦାଲତ ବିନା ପ୍ରମାଣ ଓ ତଥ୍ୟରେ ସୁପ୍ରିମକୋର୍ଟ ଓ ହାଇକୋର୍ଟର କୌଣସି କାର୍ଯ୍ୟକାରୀ ବିଚାରପତିଙ୍କ ବିରୋଧରେ ମାମଲା ରୁଜୁକରିବା ଲାଗି ତଦନ୍ତକାରୀ ସଂସ୍ଥାକୁ ଅନୁମତି ଦିଆଯିବନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri