ଜଷ୍ଟିସ ଡ. ଅରିଜିତ ପଶାୟତଙ୍କୁ ଭୂମିଗୌରବ ସମ୍ମାନ

କଟକ ଅଫିସ,୧୮।୮: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ ସାରଳା ଭବନଠାରେ ଶନିବାର ସାରଳା ସାହିତ୍ୟ ସଂସଦ ଓ ଚେଳିତୋଳ କଲଚରାଲ ଏକାଡେମୀର ମିଳିତ ଆନୁକୂଲ୍ୟରେ ସୁପ୍ରିମକୋର୍ଟର ପ୍ରାକ୍ତନ ବିଚାରପତି ଡ.ଅରିଜିତ ପଶାୟତଙ୍କ ୭୫ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ସୁପ୍ରିମକୋର୍ଟର ପ୍ରାକ୍ତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ସଂସଦର ପ୍ରତିଷ୍ଠାତା ଡ. ପ୍ରଭାକର ସ୍ବାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜ୍ଞାନପୀଠ ବିଜୟିନୀ ଲେଖିକା ପଦ୍ମଶ୍ରୀ ଡ. ପ୍ରତିଭା ରାୟ ମୁଖ୍ୟବକ୍ତା ଏବଂ ପୂର୍ବତନ ଆଡଭୋକେଟ ଜେନେରାଲ ଜଗନ୍ନାଥ ପଟ୍ଟନାୟକ, ପୂର୍ବତନ ମୁଖ୍ୟ ଶାସନ ସଚିବ ସହଦେବ ସାହୁ, ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଏହି ଅବସରରେ ଜଷ୍ଟିସ ଡ. ପଶାୟତଙ୍କୁ ଭୂମିଗୌରବ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହା ସହ ସଭାପତି ଡ. ଇଂ ପ୍ରଭାକର ସ୍ବାଇଁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମୁଖ୍ୟ ଅତିଥି ଜଷ୍ଟିସ ମହାପାତ୍ର କହିଥିଲେ, ଅରିଜିତ ଭାରତବର୍ଷର ଜଣେ ବିଜ୍ଞ ବିଚାରପତି। ସେ ବହୁ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରି ଉଦାହରଣ ସୃଷ୍ଟି କରିଛନ୍ତି। ପ୍ରାରମ୍ଭରେ କଲଚରାଲ ଏକାଡେମୀର ସଭାପତି ପ୍ରଫେସର ଡ. ନିମାଇଁ ଚରଣ ପରିଜା ସ୍ବାଗତ ଭାଷଣ ଦେଇଥିବା ବେଳେ ନାଟ୍ୟକାର ସଞ୍ଜିତ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଜୟ ଲକ୍ଷ୍ମୀ ନାୟକ ମାନପତ୍ର ପାଠ କରିଥିଲେ। ଶେଷରେ ଶିକ୍ଷାବିତ କୈଳାସ ଚନ୍ଦ୍ର ବରାଳ ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ଓ ପ୍ରାକ୍ତନ ବିଚାରପତି, ଆଇନଜୀବୀ, ସାହିତି୍ୟକ, ଶିକ୍ଷାବିତ୍‌, ଇଞ୍ଜିନିୟର, ଡାକ୍ତର ସମେତ ବହୁ ବୁଦ୍ଧିଜୀବୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri