ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ରଖି ଆନ୍ଦୋଳନ କଲେ ଚାଷୀ

ଛତ୍ରପୁର, ୨୬।୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଚାଷୀଙ୍କଠାରୁ ବଳକା ଧାନ କିଣିବା ଦାବି ନେଇ ଋଷିକୂଲ୍ୟା ରୟତ ମହାସଭା ନେତୃତ୍ୱରେ ଚାଷୀମାନେ ମଙ୍ଗଳବାର ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ବସ୍ତା ରଖି ଆନ୍ଦୋଳନ କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରଯାଇଥିଲା। ଜ଼ିଲାର ୧ ଲକ୍ଷ ୩୪ ହଜାର ୪୦୦ ଜଣ ଚାଷୀ ଖରିଫ ଧାନ ବିକ୍ରି ପାଇଁ ପଞ୍ଜିକରଣ କରିଥିଲେ। ଏଥିରୁ ୮୦ ହଜାର ୧୭ଜଣଙ୍କ ଧାନ କିଣାଯାଇଥିଲା। ଆହୁରି ପାଖାପାଖି ୫୪ ହଜାର ଚାଷୀଙ୍କଠାରୁ ଧାନ କିଣାଯାଇନି। ଫଳରେ ୪ ମାସ ହେଲା ଚାଷୀମାନେ ହତାଶ ହୋଇବସିଛନ୍ତି। କେତେକ ଚାଷୀ ବାଧ୍ୟ ହୋଇ ଆନ୍ଧ୍ର ବେପାରୀଙ୍କୁ ୭୦ କିଗ୍ରା ପ୍ରତି ୧୦୫୦ ଟଙ୍କାରେ ଧାନ ବିକିଥିବା ଅଭିଯୋଗ ହୋଇଛି। ସମବାୟ, ଯୋଗାଣ ଓ ରାଜସ୍ବ ବିଭାଗର କର୍ମଚାରୀ ଏନେଇ ମିଳିତ ସର୍ଭେ କରିଥିଲେ। ଏହି ରିପୋର୍ଟକୁ ରାଜ୍ୟ ସରକାରଙ୍କୁ ଜିଲାପାଳ ପଠାଇଥିଲେ। ଧାନ ବିକ୍ରି କରିପାରି ନ ଥିବା ଚାଷୀ ଋଣ କେମିତି ସୁଝିବ ବୋଲି ପ୍ରଶ୍ନ କରଯାଇଥିଲା। ଜ଼ିଲାପାଳଙ୍କଠାରୁ ଆରମ୍ଭ କରି ଯୋଗାଣ ବିଭାଗର କମିଶନରଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ ବଳକା ଧାନ କିଣିବା ପାଇଁ କୋଣସି ପଦକ୍ଷେପ ନିଆଯାଇନି। ଫଳରେ ଚାଷୀ ମାନେ ଦୁର୍ଦ୍ଦିନରେ ଅଛନ୍ତି। ଏହା ଚାଷୀଙ୍କୁ ବୋଝ ଉପରେ ନଳିତା ବିଡା ସଦୃଶ ବୋଲି କୁହାଯାଇଛି। ବଳକା ଧାନ କିଣିବା ସହ ଚାଷୀଙ୍କଠାରୁ ଋଣ ଅର୍ଥ ଆଦାୟ ନ କରିବାକୁ ଦାବି ହୋଇଛି। ଏଥିସହ ରବି ଫସଲ ମୁଗ, ଚିନାବାଦାମ, ଲଙ୍କା ମରିଚ କିଣିବା ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରାଯାଇଛି। ଏହି ବ୍ୟବସ୍ଥା କଲେ ଚାଷୀ ଉପକୃତ ହୋଇପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri