ଜାଗା ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୩ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କେତେକ ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର ସମାଧାନ ପାଇଁ ଗତ ମାସ ୧୦ ତାରିଖରେ ଗ୍ରାମବାସୀ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ହେଲେ କୌଣସି ସମାଧାନ ହେଲା ନାହିଁ। ସୋମବର ପୁଣି ସେମାନେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରକୁ ଆସି ଅଭିଯୋଗ କରିଛନ୍ତି। ତୁରନ୍ତ ଜାଗା ଚିହ୍ନଟ କରିବାକୁ ସେମାନେ ଦାବି କରିଛନ୍ତିିି।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସରକାରଙ୍କ ପକ୍ଷରୁ ୨୦୦୬ ଓ ୨୦୦୮ରେ ସେମାନଙ୍କୁ ୪ ଡିସିମିଲ ଜମିର ପଟ୍ଟା ମିଳିଥିଲା। ଜାଗା ଚିହ୍ନଟ ପାଇଁ ସେମାନେ ଶ୍ୟାମଖୁଣ୍ଟା ତହସିଲଦାରଙ୍କଠାରେ ଆବେଦନ କରିଥିଲେ। ୨୦୧୯ ସେପ୍ଟେମ୍ବର ୧୬ ତାରିଖରେ ତହସିଲଦାର ଓ ସେମାନଙ୍କ ଟିମ୍‌ ଜାଗା ମାପ କରିବା ପାଇଁ ଯାଇଥିଲେ। ଏହି ସମୟରେ ଗ୍ରାମର କିଛି ଯୁବକ ଗଣ୍ଡଗୋଳ କରି ଜମି ମାପ କରାଇ ଦେଇ ନ ଥିଲେ। ପରେ ୧୯ ତାରିଖରେ ଏ ନେଇ ଗ୍ରାମରେ ବୈଠକ କରାଯାଇ ଯେଉଁମାନେ ଜମି ମାପ କାର୍ଯ୍ୟକୁ ବିରୋଧ କରି ଗଣ୍ଡଗୋଳ କରିଥିଲେ ସେମାନଙ୍କୁ ଜାଗା ଦିଅଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା। ଏହିଭଳି ବିଭିନ୍ନ ସମୟରେ ତହସିଲଦାର ମାପ କରିବାକୁ ଯାଇଥିବା ବେଳେ ଜମି ମାପ ହୋଇ ପାରି ନ ଥିଲା। ଫେବୃୟାରୀ ୩ତାରିଖରେ ରଙ୍ଗମାଟିଆ ଆରଆଇ, ଅମିନ, ସୁପରଭାଇଜର ଯାଇଥିବା ବେଳେ କିଛି ଗ୍ରାମର କିଛି ଲୋକ ଘେରି ଯାଇ ଯାହାର ଜମି ମପା ଯାଉଥିଲା ସେମାନଙ୍କୁ ଆକ୍ରମଣ କରିଥିଲେ। ତେଣୁ ସେମାନଙ୍କ ଜମି ମାପ କରାଇ ନ୍ୟାୟ ଦେବାକୁ ଗ୍ରାମବାସୀ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଜିଲାପାଳ ୭ ଦିନ ମଧ୍ୟରେ ଉପଜିଲାପାଳଙ୍କୁ କହି ଏହାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri