Posted inRasifala

ରାଶିଫଳ – Daily Horoscope

ମେଷମେଷ: ଆପଣଙ୍କ ପରାକ୍ରମ ଓ ପୁରୁଷାର୍ଥ ବଢ଼ିବ। ବ୍ୟବସାୟରେ ବଡ଼ ସଉଦା ଲାଗି ସ୍ବାକ୍ଷର କରିବେ। ଅଫିସ୍‌ରେ ପଦୋନ୍ନତିର ସୁଯୋଗ ରହିଛି। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ବୃଷବୃଷ: ଆଜି ଆପଣ ଊର୍ଜାବାନ ରହିବେ। ମନରେ ନୂଆ ନୂଆ ବିଚାର ଆସିବ। ବ୍ୟବସାୟ‌େର ଅ˚ଶୀଦାର ସହିତ ଜରୁରୀ ଆଲୋଚନା କରିବେ। ପିଲା ଦିନର ସାଙ୍ଗଙ୍କ ପ୍ରୀତିଭୋଜନକୁ ଯାଇପାରନ୍ତି। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ଭଦ୍ରକାଳୀ।

ମିଥୁନମିଥୁନ: ଆଜି ଆପଣ ନିଜକୁ ସୁସ୍ଥ ଅନୁଭବ କରିବେ। କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ। କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ। ବୈ‌େଦଶିକ ବେପାର‌େର ବଡ଼ ସଉଦା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

କର୍କଟକର୍କଟ: ଅର୍ଥଲାଭ ପାଇଁ ଶୁଭ ଦିନଟିଏ। ବିଶେଷ ଯାତ୍ରାରେ ଯିବେ। ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ। ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ସି˚ହସି˚ହ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ। ସ˚ପର୍କୀୟଙ୍କ ସାହାଯ୍ୟରେ ଆପଣଙ୍କ କାମ ପୂରା ହେବ। ବେପାରରେ ଅଚାନକ ଫାଇଦା ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ତାରିଣୀ।

କନ୍ୟାକନ୍ୟା: ପୂଜାପାଠରେ ଅଧିକ ସମୟ ଦେବେ। ପତ୍ନୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବିଦେଶରେ କାରବାର ସ୍ଥାପନ କରିବା ପାଇଁ ରାସ୍ତା ଉନ୍ମୁକ୍ତ ହେବ। ଭୌତିକ ସୁଖ ସୁବିଧା ପାଇଁ ରୁଚି ବଢ଼ିପାରେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ତୁଳାତୁଳା: ନିଜକୁ ଊର୍ଜାବାନ ଅନୁଭବ କରିବେ। ଇଚ୍ଛା ପୂରା କରିବାର ପ୍ରୟାସ ସଫଳ ହେବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଛାତ୍ରଙ୍କୁ କ୍ୟାରିୟର ଗଢ଼ିବା ଲାଗି ଅନୁଭବୀଙ୍କ ପରାମର୍ଶ ମିଳିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ଗାୟତ୍ରୀ।

ବିଛାବିଛା: ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ବ ମିଳିପାରେ। ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେବେ। ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁଧନୁ: ଜୀବନ ଲାଗି ସଫଳତାର ଦିନଟିଏ। ଭାବିଥିବା କାମ ପୂରା ହେବ। ଏହା ଦ୍ବାରା ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ। ବାହନ କିଣିବା ଲାଗି ମନ ବଳିବ। ପ୍ରତିଯୋଗିତାରେ ଖୁବ୍‌ ଭଲ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀକୃଷ୍ଣ।

ମକରମକର: ଆପଣଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। କାରବାରରେ ଲାଭ ହିଁ ଲାଭ ହେବ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ପ୍ରେମରେ ସଫଳତା ମିଳିବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ସୂର୍ଯ୍ୟଦେବ।

କୁମ୍ଭକୁମ୍ଭ: ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ। ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ରାଜନୀତିକ କାର୍ଯ୍ୟରେ ରୁଚି ବଢ଼ିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମହାଲକ୍ଷ୍ମୀ।

ମୀନମୀନ: ଇଷ୍ଟଦେବଙ୍କ କୃପାଦୃଷ୍ଟି ଆପଣଙ୍କ ଉପରେ ରହିଛି। ଶିକ୍ଷା କ୍ଷେତ୍ରରେ ଉନ୍ନତି ମିଳିପାରେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବି‌େଶଷ ଦୂରସ୍ଥାନକୁ ଯିବାର ଯୋଗ ରହିଛି। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଅମ୍ବିକା।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri