Posted inRasifala

ରାଶିଫଳ – Daily Horoscope

ମେଷମେଷ: ଆପଣଙ୍କ ପରାକ୍ରମ ଓ ପୁରୁଷାର୍ଥ ବଢ଼ିବ। ବ୍ୟବସାୟରେ ବଡ଼ ସଉଦା ଲାଗି ସ୍ବାକ୍ଷର କରିବେ। ଅଫିସ୍‌ରେ ପଦୋନ୍ନତିର ସୁଯୋଗ ରହିଛି। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ବୃଷବୃଷ: ଆଜି ଆପଣ ଊର୍ଜାବାନ ରହିବେ। ମନରେ ନୂଆ ନୂଆ ବିଚାର ଆସିବ। ବ୍ୟବସାୟ‌େର ଅ˚ଶୀଦାର ସହିତ ଜରୁରୀ ଆଲୋଚନା କରିବେ। ପିଲା ଦିନର ସାଙ୍ଗଙ୍କ ପ୍ରୀତିଭୋଜନକୁ ଯାଇପାରନ୍ତି। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ଭଦ୍ରକାଳୀ।

ମିଥୁନମିଥୁନ: ଆଜି ଆପଣ ନିଜକୁ ସୁସ୍ଥ ଅନୁଭବ କରିବେ। କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ। କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ। ବୈ‌େଦଶିକ ବେପାର‌େର ବଡ଼ ସଉଦା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

କର୍କଟକର୍କଟ: ଅର୍ଥଲାଭ ପାଇଁ ଶୁଭ ଦିନଟିଏ। ବିଶେଷ ଯାତ୍ରାରେ ଯିବେ। ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ। ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ସି˚ହସି˚ହ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ। ସ˚ପର୍କୀୟଙ୍କ ସାହାଯ୍ୟରେ ଆପଣଙ୍କ କାମ ପୂରା ହେବ। ବେପାରରେ ଅଚାନକ ଫାଇଦା ହେବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ତାରିଣୀ।

କନ୍ୟାକନ୍ୟା: ପୂଜାପାଠରେ ଅଧିକ ସମୟ ଦେବେ। ପତ୍ନୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବିଦେଶରେ କାରବାର ସ୍ଥାପନ କରିବା ପାଇଁ ରାସ୍ତା ଉନ୍ମୁକ୍ତ ହେବ। ଭୌତିକ ସୁଖ ସୁବିଧା ପାଇଁ ରୁଚି ବଢ଼ିପାରେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ତୁଳାତୁଳା: ନିଜକୁ ଊର୍ଜାବାନ ଅନୁଭବ କରିବେ। ଇଚ୍ଛା ପୂରା କରିବାର ପ୍ରୟାସ ସଫଳ ହେବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ଛାତ୍ରଙ୍କୁ କ୍ୟାରିୟର ଗଢ଼ିବା ଲାଗି ଅନୁଭବୀଙ୍କ ପରାମର୍ଶ ମିଳିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ଗାୟତ୍ରୀ।

ବିଛାବିଛା: ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ବ ମିଳିପାରେ। ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେବେ। ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ଧନୁଧନୁ: ଜୀବନ ଲାଗି ସଫଳତାର ଦିନଟିଏ। ଭାବିଥିବା କାମ ପୂରା ହେବ। ଏହା ଦ୍ବାରା ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ। ବାହନ କିଣିବା ଲାଗି ମନ ବଳିବ। ପ୍ରତିଯୋଗିତାରେ ଖୁବ୍‌ ଭଲ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ଶ୍ରୀକୃଷ୍ଣ।

ମକରମକର: ଆପଣଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। କାରବାରରେ ଲାଭ ହିଁ ଲାଭ ହେବ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ପ୍ରେମରେ ସଫଳତା ମିଳିବ। ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ସୂର୍ଯ୍ୟଦେବ।

କୁମ୍ଭକୁମ୍ଭ: ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ। ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ରାଜନୀତିକ କାର୍ଯ୍ୟରେ ରୁଚି ବଢ଼ିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ମହାଲକ୍ଷ୍ମୀ।

ମୀନମୀନ: ଇଷ୍ଟଦେବଙ୍କ କୃପାଦୃଷ୍ଟି ଆପଣଙ୍କ ଉପରେ ରହିଛି। ଶିକ୍ଷା କ୍ଷେତ୍ରରେ ଉନ୍ନତି ମିଳିପାରେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବି‌େଶଷ ଦୂରସ୍ଥାନକୁ ଯିବାର ଯୋଗ ରହିଛି। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଅମ୍ବିକା।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ ଦୀର୍ଘଦିନର ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହି ପାରନ୍ତି। ବିବାଦୀୟ ସ୍ଥିତିର…

ରାଶିଫଳ: ମଙ୍ଗଳବାର , ନଭେମ୍ବର ୩ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ଭାଇ, ବନ୍ଧୁ, ସମ୍ପର୍କୀୟଙ୍କ ସାହାଯ୍ୟରୁ ଅର୍ଥ ପାଇବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‍ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ଆଜି ବିବାଦୀୟ…

ରାଶିଫଳ: ସୋମବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ତୃତୀୟ ସପ୍ତମାଧିପ ସଂଯୋଗ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସାଙ୍ଗକୁ ଆନୁଷ୍ଠାନିକ କାମରେ ଯୋଗଦେଇ ପାରନ୍ତି। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ…

ରାଶିଫଳ: ରବିବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଦୁର୍ଲଭ ଚନ୍ଦ୍ରମଙ୍ଗଳ ଯୋଗରୁ ମନ ଯେମିତି, ଉଚ୍ଚ କାମ ମଧ୍ୟ ସେମିତି ସରସ, ସୁନ୍ଦର ରହିବ। ବନ୍ଧୁଙ୍କ ଅନୁରୋଧରେ ନୂଆ ସ୍ଥାନକୁ ବୁଲିଯିବାର ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?