Posted inଜାତୀୟ

ଜାଣନ୍ତୁ କେଉଁଠୁ ଆରମ୍ଭ ହୋଇଥିଲା ଶପଥ ଗ୍ରହଣ ପରମ୍ପରା

ନୂଆଦିଲ୍ଲୀ, ୩୦।୫: ଦେଶର ପ୍ରଧାନମନ୍ତ୍ରୀ ଭାବେ ପୁଣି ଥରେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି। ତାଙ୍କ ସହ ଅନ୍ୟ ମନ୍ତ୍ରୀମାନଙ୍କୁ ମଧ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବରେ ଦେଶ ବିଦେଶରୁ ବହୁ ଅତିଥି ଯୋଗଦେବେ। ଭାରତୀୟ ଗଣତନ୍ତ୍ର ବ୍ୟବସ୍ଥାରେ ବହୁମତ ହାସଲ କରିଥିବା ଦଳର ନେତା ହିଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥାନ୍ତି। ଭାତତରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଜଷ୍ଟିସ୍‌ କିମ୍ବା କୌଣସି ବ୍ୟକ୍ତି ପଦ ସମ୍ଭାଳିବା ପୂର୍ବରୁ ସେ ଶପଥ ନେଇଥାନ୍ତି। ଏହି ଶପଥ ନେବା ପରମ୍ପରା କେବେ ଆରମ୍ଭ ହୋଇଥିଲା ଆସନ୍ତୁ ଜାଣିବା।
ଇଶ୍ୱର ହିଁ ସଂସାରରେ ସର୍ବୋତ୍ତମ ବୋଲି ଧରାଯାଏ। ପୁରାତନ କାଳରେ ନିଜକୁ ସଠିକ୍‌ ଦାବି କରିବା ପାଇଁ ଲୋକେ ଇଶ୍ୱରଙ୍କ ରାଣ ନେଉଥିଲେ। ସମୟ କ୍ରମେ ଏହି ପରମ୍ପରା ଆଗକୁ ମଧ୍ୟ ଜାରି ରହିଥିଲା। କୁହାଯାଏ ଇହୁଦି ଧର୍ମରେ ଶପଥ ନେବା କଥା ଉଲ୍ଲେଖ ଥିଲା। ବାଇବେଲ ପରମ୍ପରାରେ ଶପଥ ନେଇଥିବା ପ୍ରଥମ ବ୍ୟକ୍ତି ଥିଲେ ଆବ୍ରାହମ। ଭାରତରେ ମଧ୍ୟ ଏହି ପରମ୍ପରାକୁ ବଜାୟ ରଖି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଜଷ୍ଟିସ ପଦ ସମ୍ଭାଳିବା ପୂର୍ବରୁ ଇଶ୍ୱରଙ୍କ ନାମରେ ଶପଥ ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri