ଜାଣନ୍ତୁ ୪ ଦିନରେ ଓଡ଼ିଶାରୁ ପଠାଗଲା କେତେ ଅକ୍ସିଜେନ

କଟକ ଅଫିସ,୨୬।୪: କୋଭିଡ୍‌ କାୟାରେ ସାରା ଭାରତବର୍ଷ। ଏ ନେଇ ବର୍ତ୍ତମାନ ସମୟରେ ଅମ୍ଳଜାର ଘୋର ଅଭାବ ଦେଖାଦେଇଛି। ଏଭଳି ପରିସ୍ଥିତିରେ ସହଯୋଗର ହାତ ବଢ଼ାଇ ଓଡ଼ିଶା ସରକାର ମହାନତା ଦେଖାଇଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକୁ ଟ୍ୟାଙ୍କର ଟ୍ୟାଙ୍କର ଅକ୍ସିଜେନ ପଠାଉଛି ଓଡ଼ିଶା। ତେବେ ଯୋଗାଣ ଦାୟିତ୍ୱରେ ଥିବା ଅଧିକାରୀ ଅତିରିକ୍ତ ଡିଜି ୱାଇ. କେ ଜେଠୱାଙ୍କ କହିବାନୁଯାୟୀ, ୪ଦିନରେ ସର୍ବମୋଟ ୬୭ଟି ଟ୍ୟାଙ୍କରରେ ୧୨୬୭.୯୩୧ ମେଟ୍ରିକ ଟନ ଅକ୍ସିଜେନ ପଡ଼ୋଶୀ ରାଜ୍ୟଗୁଡିକୁ ଯୋଗାଇ ଦିଆଯାଇଛି। ଆନ୍ଧ୍ରପ୍ରଦେଶକୁ ୨୨ଟି ଟ୍ୟାଙ୍କରରେ ୪୫୮.୦୩ ମେଟ୍ରିକ ଟନ୍‌, ତେଲେଙ୍ଗାନାକୁ ୧୭ଟି ଟ୍ୟାଙ୍କରରେ ୨୯୧.୭୬୯ ମେଟ୍ରିକ ଟନ୍‌, ମହାରାଷ୍ଟ୍ର କୁ ୬ଟି ଟ୍ୟାଙ୍କରରେ ୧୦୨.୦୬ ମେଟ୍ରିକ ଟନ୍‌, ମଧ୍ୟପ୍ରଦେଶକୁ ୮ଟି ଟ୍ୟାଙ୍କରରେ ୧୩୧.୨୩ ମେଟ୍ରିକ ଟନ, ହରିୟାଣାକୁ ୮ଟି ଟ୍ୟାଙ୍କରରେ ୧୮୭ .୫୧୨ ମେଟ୍ରିକ ଟନ୍‌, ଉତ୍ତରପ୍ରଦେଶକୁ ୪ଟି ଟ୍ୟାଙ୍କରରେ ୬୬.୩୯ ମେଟ୍ରିକ ଟନ୍‌, ଛତିଶଗଡ଼କୁ ୨ଟି ଟ୍ୟାଙ୍କରରେ ୩୦.୬୭
ମେଟ୍ରିକ ଟନ ଅକ୍ସିଜେନ ଯୋଗାଇ ଦିଆଯାଇଛି। ଏହା ସହ ଟ୍ୟାଙ୍କର ଗୁଡିକ ପହଞ୍ଚିବା ପର୍ଯ୍ୟନ୍ତ ସୁପରିଚାଳନା ମଧ୍ୟ କରାଯାଇଥିଲା।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଡିଜି ଜେଠୱାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅକ୍ସିଜେନ ଯୋଗାଣ ପାଇଁ ଏକ ସେଲ ଗଠନ କରଯାଇଛି। ଜିଲାର ଏସ୍‌ପି, ରେଞ୍ଜ ଡିଆଇଜି, ଆଇଜି, ପୋଲିସ କମିଶନର ଏହାର ତତ୍ତ୍ବାବଧାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri