ବନ୍ତ,୮।୧(ଡି.ଏନ୍.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ତୋଫାବିବି ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନ ରାଉତରାପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଅନିତାରାଣୀ ସେଠୀଙ୍କର ଜାତିଗତ ପ୍ରମାଣପତ୍ରରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ଲକ ଶିକ୍ଷାଧିକାରୀ ବାସନ୍ତୀ କୁମାରୀ ମିଶ୍ର ଡିସେମ୍ବର ମାସଠାରୁ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କର ଦରମା ବନ୍ଦ କରିଥିବା ଜଣାପଡ଼ିଛି।
ଉଲ୍ଲେଖଯୋଗ୍ୟ ଯେ, ଗତ ୨୦୦୫ରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଉକ୍ତ ବିଦ୍ୟାଳୟରେ ନିଯୁକ୍ତି ପାଇଥିଲେ ା ସେତେବେଳେ ସେ ଅନୁସୂଚିତ ଜାତି(ରାଢି) ବର୍ଗର ପ୍ରମାଣପତ୍ର ପ୍ରଦାନ କରିଥିଲେ ା ଅପରପକ୍ଷେ ଗତ ୨୦୦୦ଠାରୁ ସରକାରଙ୍କ ନିୟମ ଅନୁଯାୟୀ ରାଢି ଜାତି ସାଧାରଣ ବର୍ଗରେ ପରିଣତ ହୋଇଥିବା ବେଳେ କିପରି ସମ୍ପୃକ୍ତ ଶିକ୍ଷୟିତ୍ରୀ ଉକ୍ତ ପ୍ରମାଣପତ୍ରରେ ନିଯୁକ୍ତି ପାଇଲେ ସେ ସମ୍ପର୍କରେ ଜଣେ ବ୍ୟକ୍ତି ସୂଚନା ଅଧିକାର ଆଇନରେ ତଥ୍ୟ ମାଗିଥିଲେ। ଉକ୍ତ ପ୍ରମାଣପତ୍ର ସାଧାରଣ ବର୍ଗର ବୋଲି ସୂଚନା ଅଧିକାର ତଥ୍ୟରୁ ଜଣାପଡିବା ପରେ ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀଙ୍କଠାରେ ଅଭିଯୋଗ ହୋଇଥିଲା। ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ବ୍ଲକ ଶିକ୍ଷାଧିକାରୀ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କ ଜାତିଗତ ପ୍ରମାଣପତ୍ର ତଥ୍ୟ ମଗାଇଥିଲେ ା ପ୍ରମାଣପତ୍ରରେ ଅନିୟମିତତା ହୋଇଥିବା ଜଣାପଡ଼ିବା ପରେ ବ୍ଲକ ଶିକ୍ଷାଧିକାରୀ ପ୍ରାଥମିକ ପର୍ଯ୍ୟାୟରେ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରିଛନ୍ତି ା ସବିଶେଷ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବ୍ଲକ ଶିକ୍ଷାଧିକାରୀ ମିଶ୍ର କହିଛନ୍ତି ା
Posted inଆମ ଜିଲା ଖବର, ଭଦ୍ରକ View All
ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…
ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
Archives

