ଜାତିଭିତ୍ତିକ ଜନଗଣନା ନିଷ୍ପତ୍ତିକୁ ବିରୋଧୀଙ୍କ ସମାଲୋଚନା

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ସାମାଜିକ, ଆର୍ଥିକ ଏବଂ ଜାତିଭିତ୍ତିକ ଜନଗଣନା ହେବ। ୨୦୨୧ ଜନସଂଖ୍ୟା ଗଣନା ବେଳେ ଏକାସାଙ୍ଗରେ ଏହି ଗଣନା କରାଯିବ। ଶନିବାର ରାଜ୍ୟ କ୍ୟାବିନେଟ୍‌ରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ପରେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ରାଜ୍ୟ ସରକାର ଏହି ପ୍ରସଙ୍ଗରେ କେନ୍ଦ୍ର ନିକଟରେ ଦାବି ରଖିବାକୁ କହୁଥିବାବେଳେ ଭାଜପା ଏହାକୁ ସମାଲୋଚନା କରିଛି। ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଏନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରାଯାଇଛି। ଭାଜପା ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ଯେ, ରାଜ୍ୟ ସରକାର ଓବିସି ଏବଂ ଏସ୍‌ଇବିସି ଜାତିଭିତ୍ତିକ ଗଣନାକୁ ସର୍ବାଧିକ ଗୁରୁତ୍ୱ ଦେବା କହିବା ଅତ୍ୟନ୍ତ ହାସ୍ୟାସ୍ପଦ ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ସରକାର ଓବିସି ଏବଂ ଏସ୍‌ଇବିସିମାନଙ୍କୁ ଶିକ୍ଷା କିମ୍ବା ଚାକିରି କ୍ଷେତ୍ରରେ ସଂରକ୍ଷଣ ଲାଗୁ କରିପାରିଲେନାହିଁ। ଓବିସିମାନଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ସେମାନଙ୍କ ସାମ୍ବିଧାନିକ ଅଧିକାର ା କିନ୍ତୁ ସରକାର ଓବିସିମାନଙ୍କୁ ମୌଳିକ ଅଧିକାରରୁ ବଞ୍ଚିତ ରଖିଛନ୍ତି । କେନ୍ଦ୍ର ସରକାର ଶିକ୍ଷା ଏବଂ ସରକାରୀ ନିଯୁକ୍ତି କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରଖିଛନ୍ତି ା ସବୁ ରାଜ୍ୟ ଏହି ନିୟମ ପାଳନ କରୁଥିବାବେଳେ ରାଜ୍ୟ ସରକାର ଏହାକୁ ଏ ପର୍ଯ୍ୟନ୍ତ ଲାଗୁ କରିପାରିଲେ ନାହିଁ ବୋଲି ଲେଖାଶ୍ରୀ କହିଛନ୍ତି। ସେହିପରି କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ଏହା କିଛି ଐତିହାସିକ ନିଷ୍ପତ୍ତି ନୁହେଁ। ଭୋଟ ଭଳି ଏହା କେବଳ ଗୋଟିଏ ଭାବନା, ଚିନ୍ତା ଓ କାର୍ଯ୍ୟକ୍ରମ ସଦୃଶ। ଆଜି ପର୍ଯ୍ୟନ୍ତ ଏମାନେ କେଉଁଠି ଥିଲେ। ଗୋଟିଏ ନୂଆ ବାହାନା ଆରମ୍ଭ କରିଛନ୍ତି। ୨୦୧୧ରେ ଏସ୍‌ଇବିସି ଏବଂ ଏସ୍‌ସି/ଏସ୍‌ଟିଙ୍କ ଗଣନା ତାଲିକା କୁଆଡେ ଗଲା ବୋଲି ସୁର ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri