ଜାତିସଂଘରେ ଗାନ୍ଧୀ ଜୟନ୍ତୀ

ଜାତିସଂଘ, ୩ା୧୦ : ଜାତିସଂଘ ସମେତ ବିଭିନ୍ନ ଦେଶରେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି। ବିଶ୍ୱ ହିଂସାର ଭୟାବହତା ମଧ୍ୟଦେଇ ଗତି କରୁଥିବାବେଳେ ମହାତ୍ମା ଗାନ୍ଧୀଙ୍କ ଶାନ୍ତି ଓ ସ୍ଥାୟୀ ବିକାଶ ସମ୍ପର୍କିତ ଦୂରଦୃଷ୍ଟି ସାରା ବିଶ୍ୱ ପାଇଁ ପ୍ରାସଙ୍ଗିକ ବୋଲି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ କହିଛନ୍ତି। ଗାନ୍ଧିଜୀଙ୍କ ନୀତି ଆଦର୍ଶ କୋଟି କୋଟି ଜନତାଙ୍କୁ ଅନୁପ୍ରାଣିତ କରିଥିଲା ବୋଲି ବିଶ୍ୱନେତାମାନେ ସ୍ମୃତିଚାରଣ କରିଥିଲେ। ମହାତ୍ମାଙ୍କ ୧୫୦ତମ ଜୟନ୍ତୀକୁ ଅନ୍ତର୍ଜାତୀୟ ଅହିଂସା ଦିବସ ଭାବେ ପାଳନ କରାଯାଉଛି। ଫ୍ରାନ୍ସ ଓ ଶ୍ରୀଲଙ୍କାରେ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ସ୍ବତନ୍ତ୍ର ଡାକଟିକେଟ ଉନ୍ମୋଚନ କରାଯାଇଛି। ଆମେରିକାରେ ଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ୍ବାଶିଂଟନସ୍ଥିତ ଭାରତୀୟ ଦୂତାବାସରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ନେପାଳର କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସରେ ଗାନ୍ଧୀ ଜୟନ୍ତୀ ଅବସରରେ ତାଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି। ଏହାକୁ ନେପାଳରେ ପ୍ରଥମ ଗାନ୍ଧୀମୂର୍ତ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ବିଦ୍ୟୁତ୍‌ ଉପରେ ପଡ଼ୁଛି ଗ୍ୟାସ୍‌ ଚାପ

ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌(ଏଲ୍‌ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍‌ପିଜି…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri