ଜାତିସଂଘରେ ଚ୍ୟାଲେଞ୍ଜ କରିବ ପାକିସ୍ତାନ

ନୂଆଦିଲ୍ଲୀ ,୬ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଭାରତ ସରକାର ସମ୍ବିଧାନର ୩୭୦ ଓ ୩୫ଏ ଧାରା ଉଚ୍ଛେଦ କରିବା ପରେ ଏହାକୁ ନେଇ ପାକିସ୍ତାନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। ନୂଆଦିଲ୍ଲୀର ଏକଚାଟିଆ ପଦକ୍ଷେପ କଶ୍ମୀର ବିବାଦର ମୋଡ଼ ବଦଳାଇ ପାରିବ ନାହିଁ ବୋଲି ପାକିସ୍ତାନ କହିଛି। ଏନେଇ ଇସ୍‌ଲାମାବାଦ୍‌ ପାଖରେ ସମସ୍ତ ଆଇନଗତ ଦ୍ୱାର ଖୋଲା ରହିଥିବା ପାକ୍‌ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଭାରତ ଅଧିକୃତ ଜମ୍ମୁ- କଶ୍ମୀରକୁ ଏକ ଅନ୍ତର୍ଜାତୀୟସ୍ତରର ବିବାଦୀୟ ମାମଲା ବୋଲି ପାକିସ୍ତାନ କହିଛି। ଭାରତ ଏହା ଉପରେ ଏକପାଖିଆ ନିଷ୍ପତ୍ତି ନେଇ ବିବାଦକୁ ଏଡ଼ାଇଯାଇ ପାରିବନି ବୋଲି କୁହାଯାଇଛି। ଏହି ବିବାଦର ଏକ ପକ୍ଷ ଭାବେ ପାକିସ୍ତାନ ଭାରତର ବେଆଇନ କାର୍ଯ୍ୟ ବିରୋଧରେ ଚ୍ୟାଲେଞ୍ଜ କରିବ ବୋଲି ବିବୃତିରେ କୁହାଯାଇଛି। ରାଜନୈତିକ ବିଶେଷଜ୍ଞଙ୍କ କହିବା ଅନୁଯାୟୀ ଆଗାମୀ ସେପ୍ଟେମ୍ବରରେ ହେବାକୁ ଥିବା ଜାତିସଂଘର ସାଧାରଣ ପରିଷଦ ବୈଠକରେ ପାକିସ୍ତାନ ଏହି ପ୍ରସଙ୍ଗ ଉଠାଇପାରେ। ସେପ୍ଟେମ୍ବର ୨୮ରେ ପ୍ରଧାନମନ୍ତ୍ରୀ ମୋଦି ଜାତିସଂଘର ସାଧାରଣ ପରିଷଦରେ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri