ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେଲା ‘ଦି ଲାଷ୍ଟ କଲର’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ ଓଡ଼ିଶାକୁ ବିଶ୍ୱସ୍ତରରେ ଗୌରବାନ୍ବିତ କରିଛନ୍ତି। ନିକଟରେ ତାଙ୍କ ଦ୍ୱାରା ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ କଲର’ ଶୁକ୍ରବାର ଜାତିସଂଘ ମୁଖ୍ୟାଳୟଠାରେ ପ୍ରଦର୍ଶିତ ହୋଇଛି। ସେଲିବ୍ରିଟି ସେଫ୍‌ ବିକାଶ ଖାନ୍ନାଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମ ହାତଗଣତି କିଛି ଭାରତୀୟ ଫିଲ୍ମ ମଧ୍ୟରେ ଜାତିସଂଘରେ ପ୍ରଦର୍ଶିତ ହେବାକୁ ମନୋନୀତ ହୋଇଛି। ପୂର୍ବରୁ ଏହି ଫିଲ୍ମ ୩୦ତମ ଆନୁଆଲ୍‌ ପାମ୍‌ ସ୍ପ୍ରିଙ୍ଗ୍‌ସ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ପ୍ରିମିୟର୍‌ ହୋଇଥିବାବେଳେ ସମ୍ମାନଜନକ କାନ୍‌ସ ଫିଲ୍ମ ଫେଷ୍ଟିଭାଲ ୨୦୧୯ରେ ସ୍ବତନ୍ତ୍ରଭାବେ ସ୍କ୍ରିନିଂ ହୋଇଥିଲା। କିଛିବର୍ଷ ପୂର୍ବେ ବିକାଶ ଖାନ୍ନାଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଦି ଲାଷ୍ଟ କଲର’ ଉପରେ ଆଧାରିତ ଏହି ଫିଲ୍ମରେ ଅଭିନେତ୍ରୀ ନୀନା ଗୁପ୍ତା ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି। ୮୬ ମିନିଟର ଫିଲ୍ମଟିରେ ବୃନ୍ଦାବନରେ ବିଧବା ମହିଳାମାନେ ହୋଲି ଖେଳିବାକୁ ନେଇ ରହିଥିବା କଟକଣା ଓ ଏହା ବିରୋଧରେ ସୁପ୍ରିମକୋର୍ଟଙ୍କ ରାୟକୁ ଦର୍ଶାଯାଇଛି। ମହିଳାମାନଙ୍କ କ୍ଷେତ୍ରରେ ରହିଥିବା ବିଭିନ୍ନ କୁପ୍ରଥା ଏବଂ ସାମାଜିକ ପ୍ରତିବନ୍ଧକ ବିରୋଧରେ ଲଢେଇ କରିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନ ସୃଷ୍ଟି କରିବା ଏହି ଫିଲ୍ମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିତେନ୍ଦ୍ର କହିଛନ୍ତି। ଲିଙ୍ଗଗତ ସମାନତା ତଥା ନାରୀ ସଶକ୍ତୀକରଣ ଉଦ୍ଦେଶ୍ୟରେ ଜାତିସଂଘ ମୁଖ୍ୟାଳୟଠାରେ ଏହି ଫିଲ୍ମ ପ୍ରଦର୍ଶିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri