ଜାତିସଂଘ ସାଧାରଣ ସଭାରେ ମୋଦି: ଆତଙ୍କବାଦ ସବୁଠୁ ବଡ଼ ବିପଦ

ଜାତିସଂଘ,୨୮।୯(ପି.ଟି.):ଆତଙ୍କବାଦ କୌଣସି ଗୋଟିଏ ଦେଶ ପାଇଁ ନୁହେଁ, ବରଂ ସାରା ବିଶ୍ୱ ପାଇଁ ଆହ୍ବାନ ଭାବେ ଉଭା ହୋଇଛି। ଆତଙ୍କବାଦକୁ ସବୁଠୁ ବଡ଼ ବିପଦ ଭାବେ ଅଭିହିତ କରି ଏହା ବିରୋଧରେ ଲଢ଼େଇ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜାତିସଂଘରେ ବିଶ୍ୱ ସମୁଦାୟକୁ ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ଭାରତୀୟ ସମୟ ରାତି ୭ଟା ୩୦ ମିନିଟରେ ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)କୁ ସମ୍ବୋଧିତ କରିଛନ୍ତି। ୟୁଏନ୍‌ଜିଏର ୭୪ତମ ଅଧିବେଶନରେ ମୋଦି ବିକାଶ, ନିରାପତ୍ତା, ଆତଙ୍କବାଦ ନିରୋଧୀ ଲଢ଼େଇ ଓ ଜଳବାୟୁ ପରିବର୍ତ୍ତନ ଆଦି ପ୍ରସଙ୍ଗକୁ ଗୁରୁତ୍ୱ ଦେଇଛନ୍ତି। ମୋଦି ହିନ୍ଦୀରେ ଅଭିଭାଷଣ ଦେଇ କହିଛନ୍ତି, ଆତଙ୍କବାଦ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସହମତି ପ୍ରକାଶ ନ ପାଇବା ଦୁର୍ଭାଗ୍ୟଜନକ। ଜାତିସଂଘ ଯେଉଁ ସିଦ୍ଧାନ୍ତଗୁଡ଼ିକୁ ନେଇ ପ୍ରତିଷ୍ଠା କରାଯାଇଥିଲା ଅସହମତି ତା’ର ପରିପନ୍ଥୀ। ଭାରତ ସେହି ଦେଶ, ଯାହା ବିଶ୍ୱକୁ ଯୁଦ୍ଧ ନୁହେଁ ବରଂ ବୁଦ୍ଧଙ୍କ ଶାନ୍ତିର ବାର୍ତ୍ତା। ଏଥିଯୋଗୁଁ ଆତଙ୍କବାଦ ବିରୋଧରେ ଆମର ସ୍ବର ବିଶ୍ୱକୁ ସତର୍କ କରାଇଛି। ମାନବିକତା ପାଇଁ ଆତଙ୍କବାଦ ବିରୋଧରେ ବିଶ୍ୱ ଏକାଠି ହେବା ଜରୁରୀ ହୋଇପଡ଼ିଛି ବୋଲି ମୋଦି କହିଛନ୍ତି। ଭାରତକୁ ପ୍ଲାଷ୍ଟିକ୍‌ମୁକ୍ତ କରିବା ନେଇ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ମଧ୍ୟ ମୋଦି ନିଜ ବକ୍ତବ୍ୟ ରଖିଥିଲେ। ଥରୁଟିଏ ବ୍ୟବହାର ହେଉଥିବା ପ୍ଲାଷ୍ଟିକ୍‌ରୁ ଜାତିସଂଘକୁ ମୁକ୍ତ କରିବା ପାଇଁ ଏହାର ପ୍ରବେଶପଥରେ ଆହ୍ବାନ ଦିଆଯାଇଛି। ବିଶ୍ୱର ସମସ୍ତ ରାଷ୍ଟ୍ର ଏହି କ୍ଷେତ୍ରରେ ଅଭିଯାନ ଜାରି ରଖିବା ଉଚିତ। ବିଗତ ୫ ବର୍ଷରେ ‘କ୍ଲିନ୍‌ ଇଣ୍ଡିଆ ମିଶନ’ରେ ଭାରତରେ ୧୧ କୋଟି ଶୌଚାଳୟ ତିଆରି କରାଯାଇଛି। ଏହା ବିଶ୍ୱ ପାଇଁ ଏକ ପ୍ରେରଣାଦାୟକ ସନ୍ଦେଶ। ଭାରତ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ଏଭଳି ଜନମଙ୍ଗଳକାରୀ ଯୋଜନାଗୁଡ଼ିକ ବିଶ୍ୱ ପାଇଁ ନୂଆ ଆଶା ଓ ବିଶ୍ୱାସ ସୃଷ୍ଟି କରିଛି। ବିକାଶଶୀଳ ଦେଶଗୁଡ଼ିକ ଏହାକୁ ଦୃଷ୍ଟାନ୍ତ ଭାବେ ଗ୍ରହଣ କରି ଯୋଜନା ଓ ପ୍ରକଳ୍ପଗୁଡ଼ିର ଅନୁଭୂତିକୁ ଗ୍ରହଣ କରିପାରିବେ। ଜଳବାୟୁ ପରିବର୍ତ୍ତନର ମୁକାବିଲା ଭାରତ ନେତୃତ୍ୱ ନେଉଛି। ବିଶ୍ୱତାପନର ସମାଧାନ କ୍ଷେତ୍ରରେ ପଦକ୍ଷେପ ନେବାରେ ଭାରତ ଏକ ଅଗ୍ରଣୀ ରାଷ୍ଟ୍ର। ମହାମତ୍ା ଗାନ୍ଧୀଙ୍କ ସତ୍ୟ ଓ ଅହିଂସାର ବାର୍ତ୍ତା ଆଜି ମଧ୍ୟ ଶାନ୍ତି, ବିକାଶ ଏବଂ ପ୍ରଗତି ପାଇଁ ପ୍ରାସଙ୍ଗିକ। ତେଣୁ ସାରା ବିଶ୍ୱ ତାଙ୍କର ୧୫୦ତମ ଜୟନ୍ତୀ ପାଳନ କରୁଥିବାବେଳେ
ଜାତିସଂଘ ସାଧାରଣ ସଭାକୁ ସମ୍ବୋଧନ ଏକ ସ୍ବତନ୍ତ୍ର ଅବସର ବୋଲି ମୋଦି କହିଛନ୍ତି। ତେବେ ପ୍ରଧାନମନ୍ତ୍ରୀ କଶ୍ମୀର ପ୍ରସଙ୍ଗରେ ମୁହଁ ଖୋଲିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?