ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ

ବାରିପଦା ଅଫିସ,୨୩।୮- ମୟୂରଭଞ୍ଜ ଜିଲାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ହସ୍ତଶିଳ୍ପ ତଥା କ୍ରୀଡ଼ା ଆଦିର ସଂରକ୍ଷଣ ଏବଂ ବିକାଶ ସକାଶେ ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି। ଜିଲା ପ୍ରଶାସନ, ମାରୱାଡି ଯୁବା ମଞ୍ଚ ଓ ଫାଉଣ୍ଡେଶନ ଫର୍‌ କଣ୍ଟେମ୍ପରାରି ଆର୍ଟ ସହଯୋଗରେ ଗୁରୁବାର ବାରିପଦା ବେଲଗଡିଆ ସ୍ଥିତ ରାଜପ୍ରାସାଦ ପରିସରରେ ଏକ ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ଆରମ୍ଭ ହୋଇଛି। ମୟୂରଭଞ୍ଜ ରାଜମାତା ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏଥିରେ ମୟୂରଭଞ୍ଜ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ମହାରାଣୀ ରଶ୍ମି ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ, ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ଶକ୍ତି ଦେବୀ, ପ୍ରମିଳା ଦେବୀ, ପୂର୍ଣ୍ଣିମା ଦେବୀ, ଚିତ୍ରକଳା ପ୍ରଦର୍ଶନୀ କାର୍ଯ୍ୟକ୍ରମର ଆବାହକ ହେମନ୍ତ ଶାହା, କାର୍ଯ୍ୟକ୍ରମ ସଂଯୋଜକ ବିଭୁଦତ୍ତ ଦାସ ଓ କଲ୍ୟାଣ ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଆର୍ଯ୍ୟକବି ପଣ୍ଡିତ ଡ.ପ୍ରମୋଦ କୁମାର ମିଶ୍ରଙ୍କ ଲିଖିତ ମୟୂରଭଞ୍ଜ ଜିଲାର ଇତିହାସ ଉପରେ ରଚିତ ପୁସ୍ତକକୁ ରାଜମାତା ଲୋକାର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଜିଲା ତଥା ଜିଲା ବାହାର ଏବଂ ରାଜ୍ୟ ବାହାରର ବହୁ ବରିଷ୍ଠ ଚିତ୍ରଶିଳ୍ପୀଙ୍କ କଳାକୃତି ପ୍ରଦର୍ଶିତ ହୋଇଛି। ଜିଲାର ଟସର,ହସ୍ତତନ୍ତ ସାମଗ୍ରୀ ଏବଂ ହସ୍ତଶିଳ୍ପରୁ ପ୍ରସ୍ତୁତ ବିଭିନ୍ନ କଳାକୃତି ଷ୍ଟଲଗୁଡିକରେ ପ୍ରଦର୍ଶିିତ ହେଉଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରତିଦିନ ସକାଳ ୧୦ରୁ ଦିନ ୧ ଟା ୩୦ ଓ ଅପରାହ୍ନ ୩ ଟା ରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଚିତ୍ରକଳା ପ୍ରଦର୍ଶିତ ହେବ। ରାଜ୍ୟପାଳଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri