‘ଜାତୀୟସ୍ତରୀୟ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ କର’

ଅନୁଗୋଳ ଅଫିସ୍‌, ୨୪ା୧

ଅନୁଗୋଳ ଫରେଷ୍ଟ ରେଞ୍ଜର କଲେଜରେ ରାଜ୍ୟସ୍ତରୀୟ ବନ ବିଭାଗ ସ୍ପୋଟର୍‌ସ ମିଟ୍‌ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ରାଜ୍ୟର ୮ଟି ସର୍କଲର ବନ ବିଭାଗ ଖେଳାଳିମାନେ ଅଂଶଗ୍ରହଣ କରିଛନ୍ତି। ଦୁଇଟି ସ୍ଥାନରେ ଅନୁଷ୍ଠିତ ହେଉଥିବା ଏହି କ୍ରୀଡ଼ାରେ ରାଜ୍ୟର ୩୫୦ କ୍ରୀଡ଼ାବିତ୍‌ ଭାଗ ନେଇଛନ୍ତି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ାକୁ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍‌ ଚିଫ୍‌) ସନ୍ଦୀପ ତ୍ରିପାଠୀ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାରିପଦାର ଆର୍‌ସିସିଏଫ୍‌ ଅଭିରାମ ନାୟକ, ବ୍ରହ୍ମପୁରର ଆର୍‌ସିସିଏଫ ସୁରେଶ ପନ୍ତ ଯୋଗ ଦେଇଥିଲେ।
ଏହି ଅବସରରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଶ୍ରେଷ୍ଠ ଖେଳ ପଦର୍ଶନ କରି ମାର୍ଚ୍ଚରେ ଭୁବନେଶ୍ୱରରେ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗିତା ପାଇଁ ଯୋଗ୍ୟତା ଅର୍ଜନ କରିବାକୁ ମୁଖ୍ୟଅତିଥି ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଖେଳାଳିମାନଙ୍କୁ ଆହ୍ବାନ ଦେଇଥିଲେ। ଅନୁଗୋଳର ଫରେଷ୍ଟ ରେଞ୍ଜର କଲେଜ ପଡ଼ିଆରେ ଆଥଲେଟିକ୍‌ ଓ ନାଲ୍‌କୋଠାରେ ଇନଣ୍ଡୋର ପ୍ରତିଯୋଗିତା ଅନୁଷ୍ଠିତ ହେବ। ମୋଟ୍‌ ୩୮ଟି ପ୍ରତିଯୋଗିତାର ଆୟୋଜନ କରାଯାଇଥିବା ବେଳେ ଅନୁଗୋଳ, ବାରିପଦା, ଭୁବନେଶ୍ୱର, ସମ୍ବଲପୁର, ଭବାନୀପାଟଣା, ରାଉରକେଲା, କୋରାପୁଟ, ବ୍ରହ୍ମପୁର ସର୍କଲର ଖେଳାଳିମାନେ ଯୋଗ ଦେଇଛନ୍ତି। ପ୍ରଥମେ ପୁରୁଷ ବିଭାଗର ଶହେ ମିଟ୍‌ର ଦୌଡ଼ରୁ ପ୍ରତିଯୋଗିତା ଆରମ୍ଭ ହୋଇଥିଲା। ପରେ ମହିଳା ବିଭାଗର ଶହେ ମିଟର ଦୌଡ଼ ପ୍ରତିଯୋଗିତା ହୋଇଥିଲା। ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ଡ. ଅରୁଣ କୁମାର ମିଶ୍ର, ଢେଙ୍କାନାଳ ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ ନାୟକ, କଟକ ବନଖଣ୍ଡ ଅଧିକାରୀ ସୁଦର୍ଶନ ପାତ୍ର, ରେଢାଖୋଲ ବନଖଣ୍ଡ ଅଧିକାରୀ ସଂଗ୍ରାମ ବେହେରା ଓ ରାଉରକେଲା ବନଖଣ୍ଡ ଅଧିକାରୀ ସଞ୍ଜୟ ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ନାଲ୍‌କୋ ଠାରେ ଆୟୋଜିତ ଇନ୍‌ଡୋର କ୍ରୀଡ଼ା ଦାୟିତ୍ୱରେ ଆଠମଲ୍ଲିକ ବନଖଣ୍ଡ ଅଧିକାରୀ ସୌମ୍ୟକ ସାମନ୍ତରାୟ ଥିବାବେଳେ ରେଞ୍ଜର୍ସ ଟ୍ରେନିଂ କଲେଜରେ ଅନୁଷ୍ଠିତ ଆଉଟ୍‌ଡୋର କ୍ରୀଡ଼ା ଦାୟିତ୍ୱରେ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ରାମାସ୍ବାମୀ ପି. ରହିଛନ୍ତି। ଅନୁଗୋଳ ବନଖଣ୍ଡ ଅଧିକାରୀ ଭି. କାର୍ତ୍ତିକଙ୍କ ସମେତ ବନ ବିଭାଗର ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଓ କ୍ରୀଡ଼ା ଶିକ୍ଷକ ସହଯୋଗ କରୁଛନ୍ତି। ଅନୁଗୋଳ ଫରେଷ୍ଟ କଲେଜର ଡିସିଏଫ ପ୍ରଣବ କୁମାର ମହାନ୍ତି ମଞ୍ଚ ପରିଚାଳନା କରିଥିବାବେଳେ ଅନୁଗୋଳ ୱାକିଂ ପ୍ଲାନ କଞ୍ଜରଭେଟର ପି.କେ. ମହାପାତ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri