ଜାତୀୟସ୍ତର ଫିଲ୍ମ ଫେଷ୍ଟିଭାଲରେ ‘ଅଭିଳାଷ’

ବ୍ରହ୍ମପୁର ଅଫିସ,୭ା୬-ଗଞ୍ଜାମ ଜିଲା ହିଞ୍ଜିଳିକାଟୁର କଳା ଓ ନୃତ୍ୟ ଅନୁଷ୍ଠାନ ନୃତ୍ୟମର ମୁଖ୍ୟ କୃଷ୍ଣଚନ୍ଦ୍ର ସାହୁଙ୍କ ନିର୍ଦ୍ଦେଶିତ କ୍ଷୁଦ୍ର ପ୍ରାମାଣିକ ଚଳଚ୍ଚିତ୍ର ‘ଅଭିଳାଷ’ ଜାତୀୟସ୍ତରର ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନିତ ହୋଇଛି। କରୋନା ମୁକବିଲା ନେଇ ଘୋଷିତ ଲାକଡାଉନ ସଚେତନତା ବାର୍ତ୍ତା ଉପରେ ଆଧାରିତ ଏହି କ୍ଷୁଦ୍ର ପ୍ରାମାଣିକ ଚଳଚ୍ଚିତ୍ରଟି ବେଙ୍ଗାଲ ଲକ ଡାଉନ ଅନ ଲାଇନ ଫେଷ୍ଟିଭାଲରେ ଅଂଶଗ୍ରହଣ କରିଥିଲା। ଫେଷ୍ଟିଭାଲରେ ଚଳଚ୍ଚିତ୍ରଟି ଅନ ଲାଇନ ସ୍କ୍ରିନିଂ ହୋଇଥିଲା। ସେଥିରେ ଏହି ଚଳଚ୍ଚିତ୍ରଟି ଜାତୀୟସ୍ତର ଫିଲ୍ମ ଫେଷ୍ଟିଭାଲକୁ ମନୋନୀତ ହୋଇଛି। ଏଥିରେ ନୃତ୍ୟମ ଅନୁଷ୍ଠାନର ଛାତ୍ର ଶିବାଜୀ ଦାସ ମୁଖ୍ୟ ଭୂମିକାରେ ଅଭିନୟ କରିଥିବାବେଳେ ରଞ୍ଜନ କୁମାର ସାହୁ ଚଳଚ୍ଚିତ୍ରଟିର ସହକାରୀ ନିଦ୍ଦେର୍ର୍ଶନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କ୍ୟାମେର ମ୍ୟାନ ଭାବେ ଟି. ଶ୍ରୀନିବାସ ଦାସଙ୍କ ସମେତ ରବି ସାହୁ, ଗୋପାଳ ମହାନ୍ତି, ସୋମନାଥ ବେହେରା, ପ୍ରଭାତ କୁମାର ମହାରଣା, ଚିମନ ସାହୁ, କେଶବ ମହାରଣା ପ୍ରମୁଖ ବିଭିନ୍ନ କ୍ଷେତ୍ରରେ ସହଯୋଗ କରିଛନ୍ତି। ଚଳଚ୍ଚିତ୍ରଟି ସମ୍ପୂର୍ଣ୍ଣ ଭାବେ ହିଞ୍ଜିଳିକାଟୁ ଅଞ୍ଚଳରେ ନିର୍ମାଣ କରାଯାଇଥିବାବେଳେ ଚଳଚ୍ଚିତ୍ରଟି ଜାତୀୟସ୍ତରୀୟ ପୁରସ୍କାର ପାଇବା ନେଇ ନିର୍ଦ୍ଦେଶକ ସାହୁ ଆଶା ପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri