ଜାତୀୟ ଏକତା ପୁରସ୍କାର ଲାଗି ନାମାଙ୍କନ ଆରମ୍ଭ

ନୂଆଦିଲ୍ଲୀ: ଦେଶର ଏକତା ଏବଂ ଅଖଣ୍ଡତା ବଜାୟ ରଖିବା କ୍ଷେତ୍ରରେ ଅତୁଳନୀୟ ଭୂମିକା ଗ୍ରହଣ କରିଥିବା ନାଗରିକଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ସର୍ଦ୍ଦାର ପଟେଲ ଜାତୀୟ ଏକତା ପୁରସ୍କାର ଘୋଷଣା କରିଥିଲେ। ଶୁକ୍ରବାର କେନ୍ଦ୍ର ସରକାର ଚଳିତ ବର୍ଷ ଲାଗି ଯୋଗ୍ୟ ପ୍ରାର୍ଥୀଙ୍କୁ ନାମାଙ୍କନ ପାଇଁ ଆମନ୍ତ୍ରଣ କରିଛନ୍ତି। ଏପ୍ରିଲ ୩୦କୁ ନାମାଙ୍କନ ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଏକ ୱେବ୍‌ସାଇଟ୍‌ ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିପାରିବେ। ଅକ୍ଟୋବର ୩୧, ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ତଥା ଜାତୀୟ ଏକତା ଦିବସ ଅବସରରେ ପୁରସ୍କାର ବିଜେତାଙ୍କ ନାଁ ଘୋଷଣା କରାଯିବ ବୋଲି ଜଣାପଡ଼ିଛି। ବିଜେତାଙ୍କ ଚୟନ ପାଇଁ ୨୦୧୯ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକ କମିଟି ଗଠନ କରାଯାଇଥିଲା। ଉକ୍ତ କମିଟିରେ କ୍ୟାବିନେଟ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ରାଷ୍ଟ୍ରପତିଙ୍କ ସଚିବ, ସ୍ବରାଷ୍ଟ୍ର ସଚିବଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଚୟନ ହୋଇଥିବା ତିନି-ଚାରି ଜଣ ଖ୍ୟାତିସମ୍ପନ୍ନ ବ୍ୟକ୍ତି ସଦସ୍ୟ ଥିଲେ।

Share