Posted inଖେଳ

ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୦ ମିଟର ଫାଇନାଲରେ ଦୂତୀ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚିରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ପଦକ ପାଇଥିବା ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୨୦୦ ମିଟରରେ ମଧ୍ୟ ପଦକର ନିକଟତର ହୋଇଛନ୍ତି। ଶନିବାର ଅନୁଷ୍ଠିତ ୨୦୦ ମିଟର ହିଟ୍‌ରେ ୨୩.୮୯ ସେକେଣ୍ଡ ସମୟ ନେଇ ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ହିଟ ନଂ-୨ରେ ଦୂତୀ ପ୍ରଥମସ୍ଥାନ ଅଧିକାର କରିଥିଲେ। ଫାଇନାଲରେ ପ୍ରବେଶ କରିଥିବା ଅନ୍ୟ ଆଥଲେଟ୍‌ମାନେ ହେଲେ ଇଞ୍ଚାରା ଏନ.ଏସ (୨୫.୧୦), ପଦ୍ମିନୀ ମୋକାଲେ ଗଣପତି (୨୫.୦୭), ଚନ୍ଦ୍ରଲେଖା ଆନନ୍ଦନ (୨୩.୮୫), ଏମ. ଲିକିଥା(୨୫.୧୩), ଅର୍ଚ୍ଚନା ସୁସେନ୍ଦ୍ରନ (୨୩.୭୭), ହାରିକା ଦେବୀ ଅନ୍ତରାମ (୨୪.୨୮) ଓ ହିମାଶ୍ରୀ ରୟ (୨୫.୮୬ ସେକେଣ୍ଡ)। ଦୂତୀଙ୍କ ୨୦୦ ମିଟର ଫାଇନାଲ ରବିବାର ଅପରାହ୍ନ ୫ଟା ୩୫ରେ ଅନୁଷ୍ଠିତ ହେବ। ଦୂତୀଙ୍କୁ ଝାଡ଼ଖଣ୍ଡ କ୍ରୀଡ଼ାମନ୍ତ୍ରୀ ଅମର କୁମାର ବାଉରି ଶନିବାର ସମ୍ବର୍ଦ୍ଧିତ କରିଛନ୍ତି। ନିଜ ଫେସ୍‌ବୁକ୍‌ରେ ଦୂତୀ ଏହା ପ୍ରକାଶ କରିବା ସହ ଫଟୋ ସେୟାର କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଦୂତୀ ୧୦୦ ମିଟର ସେମିଫାଇନାଲରେ ୧୧.୨୨ ସେକେଣ୍ଡ ସମୟ ନିଜ ନାମରେ ଥିବା ଜାତୀୟ ରେକର୍ଡ ଭାଙ୍ଗିଥିଲେ। ଗତ ଏପ୍ରିଲରେ ଦୋହାଠାରେ ଅନୁଷ୍ଠିତ ଇଭେଣ୍ଟରେ ସେ ୧୧.୨୬ ସେକେଣ୍ଡ ସମୟ ନେଇ ଜାତୀୟ ରେକର୍ଡର ଅଧିକାରିଣୀ ଥିଲେ। ଫାଇନାଲରେ ସେ ସେମିଫାଇନାଲର ପ୍ରଦର୍ଶନକୁ ଦୋହରାଇ ପାରି ନ ଥିଲେ ହେଁ ୧୧.୨୫ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣିମ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri