ଜାତୀୟ କିକ୍‌ ବକ୍ସିଂରେ ଚମକିଲେ ଢେଙ୍କାନାଳର କ୍ରୀଡ଼ାବିତ୍‌

ଢେଙ୍କାନାଳ ଅଫିସ, ୩୦ା୭ ହରିୟାଣାର ରୋହତକରେ ଆୟୋଜିତ ଜାତୀୟ ସିନିୟର କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳର କ୍ରୀଡ଼ାବିତ୍‌। ଏଥିରେ ଭାଗ ନେଇଥିବା ଖ୍ୟାତନାମା ମହିଳା କିକ୍‌ବକ୍ସର କୀର୍ତ୍ତିରାଣୀ ସାହୁ ୩ଟି ସ୍ବର୍ଣ୍ଣପଦକ ହାସଲ କରି ଜିଲାର ଗୌରବ ବଢ଼ାଇଛନ୍ତି। ସେହିପରି ମିହିର କୁମାର ସାହୁ ୨ ଏବଂ ଦେବବ୍ରତ ରାଉଳ ଗୋଟିଏ ରୌପ୍ୟ ପଦକ ହାତେଇବାରେ ସଫଳ ହୋଇଛନ୍ତି। ପ୍ରତିଯୋଗିତାରେ ମାନସରଞ୍ଜନ ପ୍ରଭାବୀ ପ୍ରଦର୍ଶନ କରିଥିଲେ ମଧ୍ୟ ପଦକ ହାସଲ କରିପାରିନାହାନ୍ତି।
ପଦକଧାରୀ କ୍ରୀଡ଼ାବିତ୍‌ମାନେ ସୋମବାର ମଧ୍ୟାହ୍ନରେ ଜିଲା କାର୍ଯ୍ୟାଳୟରେ ଜିଲା କ୍ରୀଡ଼ା ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ଭେଟିଥିଲେ। ଏହି ସଫଳତା ପାଇଁ କ୍ରୀଡ଼ା ଅଧିକାରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ।
କୀର୍ତ୍ତିରାଣୀ, ମିହିର, ଦେବବ୍ରତ ଏବଂ ମାନସରଞ୍ଜନ ଢେଙ୍କାନାଳ ଡାଇମଣ୍ଡ କିକ୍‌ ବକ୍ସିଂ ଆସୋସିଏଶନର ସଦସ୍ୟ ଅଛନ୍ତି। କୋଚ୍‌ କୃଷ୍ଣଚନ୍ଦ୍ର ଡାକୁଆଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତେ ପ୍ରଶିକ୍ଷଣ ନେଉଛନ୍ତି। ଆଗାମୀ ଦିନରେ ଜିଲାରେ କିକ୍‌ବକ୍ସିଂର ବ୍ୟାପକ ପ୍ରଚାର ପ୍ରସାର କରାଯିବ। ଏଥିଲାଗି କ୍ରୀଡ଼ାବିତ୍‌ମାନେ ଯଥାସାଧ୍ୟ ଉଦ୍ୟମ କରିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଜାତୀୟ ପ୍ରତିଯୋଗିତାରେ ଓଡ଼ିଶାର ୧୭ଜଣ ଖେଳାଳି ଏବଂ ୭ଜଣ ରେଫରି ଭାଗ ନେଇଥିଲେ। ଓଡ଼ିଶାର ପ୍ରତିଯୋଗୀମାନେ ୭ ସ୍ବର୍ଣ୍ଣ, ୭ ରୌପ୍ୟ ଏବଂ ୬ ବ୍ରୋଞ୍ଜ୍‌ ପଦକ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri