ଜାତୀୟ କୃମିନାଶକ ଦିବସ ପାଇଁ ସମନ୍ବୟ କମିଟି ବୈଠକ: ଅଗଷ୍ଟ ୮ରେ ପିଲାଙ୍କୁ ଦିଆଯିବ କୃମିନାଶକ ଔଷଧ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ମାଟିରୁ ଶରୀରକୁ କୃମି ସଂକ୍ରମଣ ହୋଇଥାଏ। ବିଶ୍ୱରେ ୨୪୧ ନିୟୁତରୁ ଅଧିକ ଶିଶୁ କୃମିଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ପ୍ରତିଶତ ଶିଶୁ ଏଥିରେ ପୀଡ଼ିତ। ଶିଶୁଙ୍କ ଶରୀରରୁ କୃମି ନାଶ ପାଇଁ ଅଗଷ୍ଟ ୮ କୃମିନାଶକ ଦିବସ ପାଳନ ଅବସରରେ ୧୯ବର୍ଷ ବୟସ ପର୍ଯ୍ୟନ୍ତ ରାଜ୍ୟର ମୋଟ୍‌ ୧କୋଟି ୪୨ଲକ୍ଷ ୯୦ହଜାର ୪୯୧ଜଣ ପିଲାଙ୍କୁ ଏକକାଳୀନ କୃମିନାଶକ ଔଷଧ ଖୁଆଯିବାର ବ୍ୟବସ୍ଥା ହୋଇଛି। ଏଥି ମଧ୍ୟରେ ୧ ରୁ ୫ବର୍ଷ ବୟସ ପର୍ଯ୍ୟନ୍ତ ୩୫ଲକ୍ଷ ୫୪ହଜାର ୨୧୮ଜଣ ଶିଶୁ ରହିଥିବାବେଳେ ୬ରୁ ୧୯ବର୍ଷ ବୟସ ପର୍ଯ୍ୟନ୍ତ ୧କୋଟି ୭ଲକ୍ଷ ୩୬ହଜାର ୨୭୩ ଜଣ ଅଛନ୍ତି। ଏଥିପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସହାୟତାରେ ଏହି ଅଭିଯାନ କରାଯିବ। ଉକ୍ତ ଦିନ ଯେଉଁ ପିଲାମାନେ ଏହି ଔଷଧ ଖାଇ ପାରିବେ ନାହିଁ ସେମାନଙ୍କୁ ଅଗଷ୍ଠ ୧୬ ତାରିଖ ଦିନ ଔଷଧ ଖୁଆଯିବ। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର ବିଭାଗର କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅଭିଯାନ ନିମନ୍ତେ ଆବଶ୍ୟକ ଔଷଧ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବିଭାଗୀୟ ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ଦିଲୀପ ଷଡ଼ଙ୍ଗୀ, ପରିବାର କଲ୍ୟାଣ ନିର୍ଦ୍ଦେଶକ ସରୋଜ ମହାନ୍ତିଙ୍କ ସମେତ ଅନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri