Posted inଖେଳ

ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରକ୍ରିୟାରେ ବିଳମ୍ବ

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-କୋଭିଡ୍‌-୧୯ ବିରୋଧରେ ଲଢେଇ ପାଇଁ ଦେଶ ବ୍ୟାପୀ ଲକ୍‌ଡାଉନ୍‌ ଚାଲିଥିବାରୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ଚୟନ ପ୍ରକ୍ରିୟାରେ ବିଳମ୍ବ ଘଟିଛି। ଏଥିପାଇଁ ଦରଖାସ୍ତ ଆହ୍ବାନ ଆସନ୍ତା ମାସରେ କରାଯିବ ବୋଲି କ୍ରୀଡ଼ା ମନ୍ତ୍ରଣାଳୟର ଜଣେ ଅଫିସିଆଲ ସୂଚନା ଦେଇଛନ୍ତି। ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ବାର୍ଷିକୀ ପାଳନ ଅବସରରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯ ତାରିଖରେ ପ୍ରଦାନ କରାଯାଇ ଆସୁଛି। ପୁରସ୍କାର ପାଇଁ ସାଧାରଣତଃ ଏପ୍ରିଲରେ ଦରଖାସ୍ତ ଆହ୍ବାନ କରାଯାଇଥାଏ। ମାତ୍ର କରୋନା ମାହାମାରୀ ଯୋଗୁ ଚଳିତବର୍ଷ କେବଳ ଦେଶରେ ସମଗ୍ର ବିଶ୍ୱରେ କ୍ରୀଡ଼ା କାର୍ଯ୍ୟକଳାପ ସ୍ଥାଣୁ ହୋଇଯାଇଛି। ଦେଶରେ ଏହି ଭାଇରସ୍‌ରେ ପୀଡ଼ିତ ହୋଇ ୮୦୦ରୁ ଅଧିକ ଲୋକ ପ୍ରାଣ ହରାଇ ସାରିଥିବାବେଳେ ସମଗ୍ର ବିଶ୍ୱରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମୃତ୍ୟୁବରଣ କରିସାରିଛନ୍ତି। ଗତ ମାସରୁ ବିଭିନ୍ନ ସରକାରୀ ପ୍ରତିଷ୍ଠାନ ସମେତ ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌)ରେ କାର୍ଯ୍ୟରତ କର୍ମଚାରୀଙ୍କ ମଧ୍ୟରୁ ଅଧିକାଂଶ ଘରେ ରହି କାର୍ଯ୍ୟ ସମ୍ପାଦନ କରୁଛନ୍ତି। ତେଣୁ ପୁରସ୍କାର ପ୍ରତିକ୍ରିୟାରେ ବିଳମ୍ବ ଘଟିବା ସ୍ବାଭାବିକ ବୋଲି ମନ୍ତ୍ରଣାଳୟର ଅଫିସିଆଲ ଜଣକ ସୂଚନା ଦେଇଛନ୍ତି। ରାଜୀବ ଗାନ୍ଧୀ ଖେଳରତ୍ନ, ଅର୍ଜୁନ, ଦ୍ରୋଣାଚାର୍ଯ୍ୟ ଏବଂ ଧ୍ୟାନଚାନ୍ଦ ସମେତ ଜାତୀୟ କ୍ରୀଡ଼ା ପୁରସ୍କାରଗୁଡ଼ିକ ପ୍ରତିବର୍ଷ ରାଷ୍ଟ୍ରପତି ଭବନରେ ଭାରତର ରାଷ୍ଟ୍ରପତି ପ୍ରଦାନ କରିଥାନ୍ତି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ଗଠିତ ଏକ ଚୟନ କମିଟି ପୁରସ୍କାର ବିଜେତାଙ୍କ ନାମ ଚୂଡ଼ାନ୍ତ କରିଥାଏ। ଜଣାଶୁଣା କ୍ରୀଡ଼ା ବ୍ୟକ୍ତିତ୍ୱ, ମନ୍ତ୍ରଣାଳୟ ଅଫିସିଆଲ ଏବଂ ଜର୍ନାଲିଷ୍ଟଙ୍କୁ ନେଇ ଏହି କମିଟି ଗଠନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri