Posted inଖେଳ

ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାମାଙ୍କନ ଆମନ୍ତ୍ରଣ କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୫।୫(ପି.ଟି.): ଚଳିତବର୍ଷ ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାମାଙ୍କନ ଆମନ୍ତ୍ରଣ କରିଛି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ। ତେବେ କରୋନା ଭାଇରସ ସଂକ୍ରମଣ କାରଣରୁ ଚାଲିଥିବା ଲକ୍‌ଡାଇନ କାରଣରୁ ଆଶାୟୀ ପ୍ରାର୍ଥୀମାନେ ଇ-ମେଲ ମାଧ୍ୟମରେ ଆବେଦନ କରିପାରିବେ ବୋଲି କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ କୁହାଯାଇଛି। ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାର ସମେତ ବିଭିନ୍ନ ବର୍ଗର ପୁରସ୍କାର ପାଇଁ ଆବେଦନ ଆହ୍ବାନ କରାଯାଇଛି।

ଏହି ଆବେଦନ ପ୍ରକିୟା ଏପ୍ରିଲ୍‌ରେ ଆରମ୍ଭ ହୋଇଥାଏ। ତେବେ ଲକ୍‌ଡାଉନ୍‌ କାରଣରୁ ଏହାକୁ ମେ ମାସକୁ ଘୁଞ୍ଚାଇ ଦିଆଯାଇଥିଲା। ମେ ୧୭ ତାରିଖରେ ଲକ୍‌ଡାଉନ୍‌ ଶେଷ ହେବ। ଲକ୍‌ଡାଉନ କାରଣୁ ନାମାଙ୍କନର ହାର୍ଡ କପି ଆବଶ୍ୟକ ନାହିଁ। ପ୍ରର୍ଥୀ ଓ ସୁପାରିଶକରିବାକୁ ଥିବା କର୍ତ୍ତୃପକ୍ଷଙ୍କ ଦ୍ୱାରା ସ୍ବାକ୍ଷର ହୋଇଥିବା ସ୍କାନ କପି ଅନ୍ତିମ ତାରିଖରୁ ପୂର୍ବରୁ ଦାଖଲ କରିବାକୁ ମନ୍ତ୍ରଣାଳୟ ତରଫରୁ କୁହାଯାଇଛି। ଜୁନ୍‌ ୩କୁ ଅନ୍ତିମ ତାରିଖ ଧାର୍ଯ୍ୟ କରାଯାଇଛି। ଅନ୍ତିମ ତାରିଖ ପରେ ଦାଖଲ ହୋଇଥିବା ଆବେଦନ ପତ୍ରକୁ ବିଚାରକୁ ନିଆଯିବ ନାହିଁ।

ବିଭିନ୍ନ ବର୍ଗରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଥାଏ। ଆଥଲେଟ୍‌ମାନେ ଅର୍ଜୁନ ପୁରସ୍କାର, ଖେଳ ରତ୍ନ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଥାନ୍ତି। ସେହିପରି ପ୍ରଶିକ୍ଷଣ ଉତ୍କୃଷ୍ଟତା ଦେଖାଇଥିବା କୋଚ୍‌ମାନଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଥାଏ। ସେହିପରି ଜୀବନବ୍ୟାପୀ ଅବଦାନ ପାଇଁ ଧ୍ୟାନଚାନ୍ଦ ପୁରସ୍କାର ପ୍ରଦାନ କରାଯାଇଥାଏ।

ଏଥର ୨୦୧୬ ଜାନୁୟାରୀରୁ ୨୦୧୯ ଡିସେମ୍ବର ମଧ୍ୟରେ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ଅଜୁର୍ନ ଓ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯିବ। ଡୋପ୍‌ ଅଭିଯୁକ୍ତ ଖେଳାଳିମାନେ ଆବେଦନ କରିପାରିବେ ନାହିଁ ବୋଲି କୁହାଯାଇଛି। ଖେଳରତ୍ନ ପାଇଁ ୭.୫ ଲକ୍ଷ ଟଙ୍କା ଓ ଅଜୁର୍ନ ପୁରସ୍କାର ପାଇଁ ୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯିବ। ଗତବର୍ଷ ପାରା ଅଲିମ୍ପିୟାନ ଦୀପା ମଲିକ୍‌ ଓ ତାରକା ରେସଲର ବଜରଙ୍ଗ ପୁନିଆଙ୍କୁ ଖେଳ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri