ଜାତୀୟ ତମାଖୁ ବର୍ଜନ ସଚେତନତା ‘ତମାଖୁ ସବୁଠାରୁ ମାରାତ୍ମକ’

ଢେଙ୍କାନାଳ ଅଫିସ, ୭।୧୨ – ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି) ପରିସରରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଶୁକ୍ରବାର ମହାବିଦ୍ୟାଳୟସ୍ତରୀୟ ଜାତୀୟ ତମାଖୁ ବର୍ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର କହିଲେ, ତମାଖୁଠାରୁ ମାରାତ୍ମକ ଦ୍ରବ୍ୟ ଦୁନିଆରେ କିଛିନାହିଁ। ନିଜ ସ୍ବାସ୍ଥ୍ୟଗଠନ ଏବଂ ଉତ୍ତମ ଦେଶଗଠନ ଲାଗି ଏହି ନିଶା ସେବନ ଠାରୁ ସମସ୍ତେ ଦୂରେଇ ରଖିବାକୁ ଶପଥ ନେବା ଉଚିତ। ତମାଖୁ ସେବନର ବିପଜ୍ଜନକ ତଥ୍ୟ ଅବତାରଣା କରି ସିଡିଏମ୍‌ଓ କହିଲେ, ଭାରତ ଏବଂ ଚାଇନାରେ ସର୍ବାଧିକ ମଧ୍ୟବିତ୍ତ ଏବଂ ଗରିବ ଶ୍ରେଣୀର ଲୋକ ଏହି ନିଶା ଦ୍ୱାରା କବଳିତ। ଏଥିପାଇଁ ହଜାର ହଜାର ଜୀବନ ଅକାଳରେ ଝଡ଼ି ପଡୁଛି। ବିଭିନ୍ନ ପ୍ରକାର ତମାଖୁରେ ୪୦୦୦ରୁ ଅଧିକ ପ୍ରକାର କେମିକାଲ ରହୁଛି। ସେଥିରୁ ୧୦୦ଟି ବିଷ ଭାବେ ଚିହ୍ନଟ କରାଯାଇଛି। ତନ୍ମଧ୍ୟରୁ ୬୩ଟିରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ ରହିଛି। ହେରୋଇନ ସେବନ, ମଦ୍ୟପାନ, ଦୁର୍ଘଟଣା, ହତ୍ୟା, ଆତ୍ମହତ୍ୟା, ଏଡ୍‌ସ ଜନିତ ମୃତ୍ୟୁଠାରୁ ଅଧିକ ଲୋକ ଧୂମପାନ ଯୋଗୁ ପ୍ରାଣ ହରାଉଛନ୍ତି। ବିଶ୍ୱରେ କ୍ୟାନ୍‌ସର ପୀଡ଼ିତଙ୍କ ମଧ୍ୟରୁ ୮୬% ଭାରତୀୟ। ଏ ଦିଗରେ ସଚେତନତା ସୃଷ୍ଟି କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସିଡିଏମ୍‌ଓ କହିଛନ୍ତି।
ଅନ୍ୟତମ ବକ୍ତାଭାବେ ଯୋଗଦେଇ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର କହିଲେ, ଧୂମପାନକୁ ନିୟନ୍ତ୍ରଣ କରିବା ଏବେକାର ସମୟର ସବୁଠୁ ବଡ଼ ଆହ୍ବାନ। ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମୃଣାଳ ଚାଟ୍ଟାର୍ଜୀ କହିଲେ, ଧୂମପାନକୁ ଅନେକେ ସ୍ମାର୍ଟ ଜୀବନଶୈଳୀ ବୋଲି ଭାବୁଛନ୍ତି। ହେଲେ ଏହା ସ୍ମାର୍ଟ ହେବାର ଲକ୍ଷଣ ନୁହେଁ। ଧୂମପାନ କରୁଥିବା ଲୋକ ଉତ୍ତମ ବ୍ୟକ୍ତି କହିବାର ହକ୍‌ଦାର ନୁହେଁ। ସ୍ବାସ୍ଥ୍ୟପ୍ରତି ତମାଖୁର କୁପ୍ରଭାବ ଉପରେ ଅଧିକରୁ ଅଧିକ ସଚେତନତା ସୃଷ୍ଟି କରିବାକୁ ସେ ପରାମର୍ଶ ଦେଇଥିଲେ। ଏହି ଅବସରରେ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲା କାର୍ଯ୍ୟକ୍ରମ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri