ଜାତୀୟ ତମାଖୁ ବର୍ଜନ ସଚେତନତା ‘ତମାଖୁ ସବୁଠାରୁ ମାରାତ୍ମକ’

ଢେଙ୍କାନାଳ ଅଫିସ, ୭।୧୨ – ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି) ପରିସରରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଶୁକ୍ରବାର ମହାବିଦ୍ୟାଳୟସ୍ତରୀୟ ଜାତୀୟ ତମାଖୁ ବର୍ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର କହିଲେ, ତମାଖୁଠାରୁ ମାରାତ୍ମକ ଦ୍ରବ୍ୟ ଦୁନିଆରେ କିଛିନାହିଁ। ନିଜ ସ୍ବାସ୍ଥ୍ୟଗଠନ ଏବଂ ଉତ୍ତମ ଦେଶଗଠନ ଲାଗି ଏହି ନିଶା ସେବନ ଠାରୁ ସମସ୍ତେ ଦୂରେଇ ରଖିବାକୁ ଶପଥ ନେବା ଉଚିତ। ତମାଖୁ ସେବନର ବିପଜ୍ଜନକ ତଥ୍ୟ ଅବତାରଣା କରି ସିଡିଏମ୍‌ଓ କହିଲେ, ଭାରତ ଏବଂ ଚାଇନାରେ ସର୍ବାଧିକ ମଧ୍ୟବିତ୍ତ ଏବଂ ଗରିବ ଶ୍ରେଣୀର ଲୋକ ଏହି ନିଶା ଦ୍ୱାରା କବଳିତ। ଏଥିପାଇଁ ହଜାର ହଜାର ଜୀବନ ଅକାଳରେ ଝଡ଼ି ପଡୁଛି। ବିଭିନ୍ନ ପ୍ରକାର ତମାଖୁରେ ୪୦୦୦ରୁ ଅଧିକ ପ୍ରକାର କେମିକାଲ ରହୁଛି। ସେଥିରୁ ୧୦୦ଟି ବିଷ ଭାବେ ଚିହ୍ନଟ କରାଯାଇଛି। ତନ୍ମଧ୍ୟରୁ ୬୩ଟିରେ କ୍ୟାନସର ସୃଷ୍ଟିକାରୀ ତତ୍ତ୍ୱ ରହିଛି। ହେରୋଇନ ସେବନ, ମଦ୍ୟପାନ, ଦୁର୍ଘଟଣା, ହତ୍ୟା, ଆତ୍ମହତ୍ୟା, ଏଡ୍‌ସ ଜନିତ ମୃତ୍ୟୁଠାରୁ ଅଧିକ ଲୋକ ଧୂମପାନ ଯୋଗୁ ପ୍ରାଣ ହରାଉଛନ୍ତି। ବିଶ୍ୱରେ କ୍ୟାନ୍‌ସର ପୀଡ଼ିତଙ୍କ ମଧ୍ୟରୁ ୮୬% ଭାରତୀୟ। ଏ ଦିଗରେ ସଚେତନତା ସୃଷ୍ଟି କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସିଡିଏମ୍‌ଓ କହିଛନ୍ତି।
ଅନ୍ୟତମ ବକ୍ତାଭାବେ ଯୋଗଦେଇ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର କହିଲେ, ଧୂମପାନକୁ ନିୟନ୍ତ୍ରଣ କରିବା ଏବେକାର ସମୟର ସବୁଠୁ ବଡ଼ ଆହ୍ବାନ। ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମୃଣାଳ ଚାଟ୍ଟାର୍ଜୀ କହିଲେ, ଧୂମପାନକୁ ଅନେକେ ସ୍ମାର୍ଟ ଜୀବନଶୈଳୀ ବୋଲି ଭାବୁଛନ୍ତି। ହେଲେ ଏହା ସ୍ମାର୍ଟ ହେବାର ଲକ୍ଷଣ ନୁହେଁ। ଧୂମପାନ କରୁଥିବା ଲୋକ ଉତ୍ତମ ବ୍ୟକ୍ତି କହିବାର ହକ୍‌ଦାର ନୁହେଁ। ସ୍ବାସ୍ଥ୍ୟପ୍ରତି ତମାଖୁର କୁପ୍ରଭାବ ଉପରେ ଅଧିକରୁ ଅଧିକ ସଚେତନତା ସୃଷ୍ଟି କରିବାକୁ ସେ ପରାମର୍ଶ ଦେଇଥିଲେ। ଏହି ଅବସରରେ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲା କାର୍ଯ୍ୟକ୍ରମ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri