ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ: ପ୍ରାୟ ୧୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ସୂଚନା

କଟକ ଅଫିସ,୭।୧୨: କଟକ ଜିଲା ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ପ୍ରାୟ ୧୦ଲକ୍ଷ ଟଙ୍କାର କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଅପରାହ୍ନ ସାଢେ ୧୨ଟା ସମୟରେ ଗବେଷଣା କେନ୍ଦ୍ରରେ ନୂତନ ଭାବେ କାର୍ଯ୍ୟ ଚାଲୁଥିବା ଅଡିଟୋରିୟମ ହଲ୍‌ରେ ନିଆଁ ଲାଗିଯାଇଥିଲା। କିଛି ସମୟ ମଧ୍ୟରେ ନିଆଁ ଅଡିଟୋରିୟମକୁ ଲାଗି ଥିବା ଅନ୍ୟ ଏକ କୋଠରୀକୁ ବ୍ୟାପି ଯାଇଥିଲା। ଏନେଇ ଗବେଷଣା କେନ୍ଦ୍ର କର୍ତ୍ତୃପକ୍ଷ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡରେ ଅଡିଟୋରିୟମ ହଲ୍‌ରେ ଲାଗିଥିବା ଦାମି ପ୍ଲାଏ ବୋର୍ଡ ସମ୍ପୂର୍ଣ୍ଣ ପୋଡ଼ି ଯାଇଛି। ଅଗ୍ନିଶମ ବିଭାଗର ୩ଟି ଗାଡ଼ି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ କରିଥିଲେ। ପ୍ରାଥମିକ ତଦନ୍ତରୁ ସର୍ଟଶର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri