ଜାତୀୟ ପୁରସ୍କାର ପାଇବାରେ ରେକର୍ଡ କରିଛନ୍ତି ଓଡ଼ିଶା ଶିଳ୍ପୀ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ହସ୍ତଶିଳ୍ପ, ବୟନ ଓ ହସ୍ତତନ୍ତ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଶୁକ୍ରବାର ଜନତା ମଇଦାନଠାରେ ଉଦ୍‌ଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରଦର୍ଶନୀକୁ ଉଦ୍‌ଘାଟନ କରି କହିଥିଲେ, ହସ୍ତଶିଳ୍ପର ବିକ୍ରୟ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିଲାଗି ବଜାର ସୃଷ୍ଟି ନିମନ୍ତେ ଭୁବନେଶ୍ୱର, ପୁରୀ ଓ କୋଣାର୍କରେ ସ୍ଥାୟୀ ଆଉଟ୍‌ଲେଟ୍‌ର ବ୍ୟବସ୍ଥା କରାଯାଇଛି। ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ ହସ୍ତଶିଳ୍ପକୁ ଆଧାର କରି ବର୍ତ୍ତମାନ ୧ ଲକ୍ଷ ୩୦ ହଜାରରୁ ଊର୍ଦ୍ଧ୍ୱ କାରିଗର ବିଭିନ୍ନ ସାମଗ୍ରୀ ଉତ୍ପାଦନ କରୁଛନ୍ତି। ହସ୍ତଶିଳ୍ପ କ୍ଷେତ୍ରରେ ସର୍ବାଧିକ ଜାତୀୟସ୍ତରୀୟ ପୁରସ୍କାର ହାସଲ କରିବାରେ ଓଡ଼ିଶାର କାରିଗର ଓ ଶିଳ୍ପୀମାନେ ଆଗରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୬୮ ହସ୍ତଶିଳ୍ପୀ ଜାତୀୟ ପୁରସ୍କାର ହାସଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ପଦ୍ମ ପୁରସ୍କାର ପାଇଥିବାବେଳେ ୧୧ ଶିଳ୍ପୀଗୁରୁ ଭାବେ ସମ୍ମାନିତ ହୋଇଛନ୍ତି। ଏହାବ୍ୟତୀତ ୨୯୦ ହସ୍ତଶିଳ୍ପୀ ରାଜ୍ୟସ୍ତରୀୟ ପୁରସ୍କାର ପ୍ରାପ୍ତ କରିଛନ୍ତି ବୋଲି ମହାପାତ୍ର କହିଛନ୍ତି।
ଓଡ଼ିଶା ସରକାର ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ହସ୍ତଶିଳ୍ପର ବିକାଶ ପାଇଁ ବିଭିନ୍ନ ପ୍ରୋତ୍ସାହନ ପ୍ରଦାନ କରୁଛନ୍ତି। ବଜାର ସହାୟତା ପାଇଁ ପ୍ରଦର୍ଶନୀମାନ ଆୟୋଜନ କରାଯାଉଛି। ଏହାବ୍ୟତୀତ ‘ଉତ୍କଳିକା’ ମାଧ୍ୟମରେ ଅନ୍‌ଲାଇନ୍‌ ମାର୍କେଟିଂର ବ୍ୟବସ୍ଥା କରାଯାଇଛି। ଅହମ୍ମଦାବାଦସ୍ଥିତ ରାଷ୍ଟ୍ରୀୟ ନମୁନା ବିକାଶ ଅନୁଷ୍ଠାନ ସହଯୋଗରେ ଭୁବନେଶ୍ୱର ଗଣ୍ଡମୁଣ୍ଡାସ୍ଥିତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନରେ ନମୁନା କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ବାଲେଶ୍ୱରରେ ଆଞ୍ଚଳିକ ହସ୍ତଶିଳ୍ପ ତାଲିମ ଓ ନମୁନା ବିକାଶ ଆଧାରିତ ପାଠ୍ୟକ୍ରମ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଖଣ୍ଡଗିରିରେ ସାଧାରଣ ସୁବିଧାକେନ୍ଦ୍ର ପ୍ରତିଷ୍ଠା କରାଯାଇ ଅଧିକ ଉତ୍ପାଦନ, ମାନ ନିର୍ଦ୍ଧାରଣ ଓ ଉଚ୍ଚସ୍ତରୀୟ ବନ୍ଧେଇର ବ୍ୟବସ୍ଥା କରାଯାଇଛି ବୋଲି ମହାପାତ୍ର କହିଛନ୍ତି। ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ମାଧ୍ୟମରେ ଏଥର ଫେବୃୟାରୀ ୭ରୁ ୧୬ ପର୍ଯ୍ୟନ୍ତ ଏହି ରାଜ୍ୟସ୍ତରୀୟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏଠାରେ ମୋଟ ୧୦୪ ଷ୍ଟଲ୍‌ରେ ୧୩୬ କାରିଗର ବିଭିନ୍ନ ପ୍ରକାର ହସ୍ତଶିଳ୍ପ ସାମଗ୍ରୀ ବିକ୍ରି କରୁଛନ୍ତି। କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଜଗତ୍‌ସିଂହପୁର, ଭଦ୍ରକ, କଟକ, ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲାର ବିଭିନ୍ନ କଳାକୃତି ଏଠାରେ ଦେଖିବାକୁ ମିଳୁଛି। ପ୍ରଦର୍ଶନୀ ମାଧ୍ୟମରେ ୭୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଉଦ୍‌ଘାଟନୀ ଉତ୍ସବରେ ବିଭାଗୀୟ ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି, ବିଭାଗୀୟ ଅତିରିକ୍ତ ସଚିବ ବୃନ୍ଦାବନ ବେହେରା, ହସ୍ତଶିଳ୍ପ ନିର୍ଦ୍ଦେଶକ ବସନ୍ତ କୁମାର ଦାଶ, ବିଭାଗୀୟ ଯୁଗ୍ମ ଶାସନ ସଚିବ ଅଞ୍ଜନା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?