Posted inଜାତୀୟ

ଜାତୀୟ ପୁରସ୍କାର ପ୍ରାପ୍ତ ବଳଦର ଅନ୍ତିମ ସଂସ୍କାର କଲେ କୃଷକ

କ୍ରିଷ୍ଣା,୨୫।୧୦: ଆନ୍ଧ୍ରପ୍ରଦେଶ କ୍ରିଷ୍ଣା ଜିଲାର କୃଷକ କେଶରନେନି ରାଜା ତାଙ୍କ ଜାତୀୟ ପୁରସ୍କାର ପ୍ରାପ୍ତ ବଦଳର ଅନ୍ତିମ ସଂସ୍କାର କରିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ବଳଦଟିର ମୃତ୍ୟୁ ହୋଇଥିବା ବେଳେ ସେ ତାକୁ ଘରର ଜଣେ ସଦସ୍ୟ ଭଳି ରୀତିନିତି ଅନୁଯାୟୀ ତା’ର ସଂସ୍କାର କରିଛନ୍ତି। ଫୁଲରେ ସଜାଇ ତା’ର ସଂସ୍କାର କରାଯାଇଛି। କେଶରନେନିଙ୍କ କହିବା କଥା ହେଲା ସେ ସେହି ବଳଦକୁ ତାଙ୍କ ଘରର ଜଣେ ସଦସ୍ୟ ବୋଲି ଭାବିଥାଆନ୍ତି। ଆଉ ଆଜି ପର୍ଯ୍ୟନ୍ତ ବଳଦଟି ୧୨୨ଟି ମେଡାଲ୍‌ ଜିତିଥିବା ବେଳେ ସେ ତାଙ୍କର ଗର୍ବ ବୋଲି କେଶରନେନି କୁହନ୍ତି। ଗତ ୯ ବର୍ଷ ହେବ ବଳଦଟି ତାଙ୍କ ଘରେ ତାଙ୍କ ପିଲା ପରି ରହି ଆସୁଥିଲା। ସୂଚନାଯୋଗ୍ୟ, କିଛିଦିନ ହେବ ତା’ର ଦେହ ଖରାପ ହେବାରୁ ଜଣେ ପଶୁ ଚିକିତ୍ସକଙ୍କୁ ଏଥିପାଇଁ କେଶରନେନି ନିଯୁକ୍ତ କରିଥିବା ବେଳେ ଶେଷରେ କିନ୍ତୁ ବଳଦଟିର ମୃତ୍ୟୁ ହୋଇଥିଲା। ବଳଦର ସଂସ୍କାର ସମୟରେ ଗାଁରେ ଏକ ପ୍ରକାର ଶୋକର ଛାୟା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri