ଜାତୀୟ ରାଜପଥରୁ ଲୁଟ୍‌ ଅଭିଯୋଗରେ ୨ ଗିରଫ: ୧୧ ମୋବାଇଲ, ୨ ବାଇକ୍‌ ଜବତ

ଯଁ।ଳା/ଜଟଣୀ,୧।୧୧(ଡି.ଏନ.ଏ.) : ୧୬ ନଂ. ଜାତୀୟ ରାଜପଥରେ ପଥଚାରୀଙ୍କଠାରୁ ଲୁଟ୍‌ପାଟ୍‌ କରୁଥିବା ଗୋଟିଏ ଗ୍ୟାଙ୍ଗର ଦୁଇ ଅଭିଯୁକ୍ତଙ୍କୁ ଜଟଣୀ ଥାନା ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା ଅଞ୍ଚଳର ଜିତୁ ଓରଫ ଜିତେନ୍ଦ୍ର ସାହୁ ଓ ବରବାରି ଅଞ୍ଚଳର ବାପୁନି ଓରଫ ବିକାଶ ରାୟ। ସେମାନଙ୍କଠାରୁ ୧୧ଟି ମୋବାଇଲ, ୨ଟି ବାଇକ୍‌ ଜବତ କରାଯାଇଛି। ଅଭିଯୁକ୍ତମାନେ ସେପ୍ଟେମ୍ବର ୧୮ରେ ଜାତୀୟ ରାଜପଥର ଯଁାଳା ଫାଣ୍ଡି ଅନ୍ତର୍ଗତ ଗଙ୍ଗପଡ଼ା ଟୋଲ୍‌ଗେଟ ନିକଟରେ ଖୋର୍ଦ୍ଧା ମେଡିକାଲରେ କାର୍ଯ୍ୟରତ ଡା. ଦେବାଶିଷ ପଟ୍ଟନାୟକଙ୍କଠାରୁ ମୋବାଇଲ୍‌ ଲୁଟି ନେଇଥିଲେ। ଦେବାଶିଷ ଭୁବନେଶ୍ୱରରୁ ଖୋର୍ଦ୍ଧା ମେଡିକାଲକୁ ଯାଉଥିବା ବେଳେ ଏହି ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ତନାଘନା କରୁଥିବା ବେଳେ ଖଣ୍ଡଗିରି ଥାନା ତପୋବନ ଅଞ୍ଚଳରେ ଚୋରା ମୋବାଇଲ୍‌ କିଣାବିକା ହେଉଥିବା ବିଶେଷ ସୂତ୍ରରୁ ଖବରପାଇ ପୋଲିସ ଚଢ଼ାଉ କରି ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ ଧରିଥିଲେ। ପଚରାଉଚୁରା ପରେ ସେମାନଙ୍କଠାରୁ ୧୧ଟି ଚୋରା ମୋବାଇଲ ପୋଲିସ ପାଇଥିଲା। ଏ ନେଇ ନଂ. ୪୧୫/୧୯ରେ ମାମଲା ରୁଜୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri