ଜାତୀୟ ରାଜପଥରେ ଅଟକିଛି ଶତାଧିକ ଟ୍ରକ : ୫ ଦିନ ହେଲା ଟ୍ରାଫିକ ବିପର୍ଯ୍ୟସ୍ତ

ଛତ୍ରପୁର,୧୮ା୭(ଡି.ଏନ.ଏ)-ଗଞ୍ଜାମରୁ ଆରମ୍ଭ କରି ଛତ୍ରପୁର- କାଳିବାଲି ଛକ ପର୍ଯ୍ୟନ୍ତ ଜାତୀୟ ରାଜପଥ ଉପରେ ଶତାଧିକ ଆଇରନ୍‌ ଓର୍‌ ବୋଝେଇ ଟ୍ରକ୍‌ ୫ ଦିନ ହେଲା ଅଟକି ରହିଛି। ଫଳରେ ଜାତୀୟ ରାଜପଥରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଗତ ୩ ଦିନ ହେଲା ଗୋପାଳପୁର ପୋର୍ଟକୁ ରାତିରେ ଶତାଧିକ ଟ୍ରକ୍‌ ଛଡାଯାଇଥିଲେ ମଧ୍ୟ ଆହୁରି ବହୁ ସଂଖ୍ୟକ ଆଇରନ୍‌ ବୋଝେଇ ଗାଡି ଜାତୀୟ ରାଜପଥରେ ଅଟକି ରହୁଛି। ଯଦ୍ଦ୍ବାରା ଜାତୀୟ ରାଜପଥରେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯିବା ନେଇ ସମସ୍ୟା ସୃଷ୍ଟି ହେଉଛି। ଟ୍ରକ୍‌ ଚାଳକ ଓ ହେଲପରମାନଙ୍କ ଖାଇବା ଓ ଦୈନନ୍ଦିନ କାର୍ଯ୍ୟରେ ମଧ୍ୟ ଅସୁବିଧା ହେଉଛି। ଜାତୀୟ ରାଜପଥ ପାର୍ଶ୍ୱରେ କେତେଜଣ ରୋଷେଇ କରି ଖାଉଥିବା ଦେଖିବାକୁ ମିଳିଛି। ପ୍ରଶାସନ ଓ ପୋଲିସ ପାଇଁ ମଧ୍ୟ ଏହା ମୁଣ୍ଡ ବ୍ୟଥାର କାରଣ ହୋଇଛି। କାଳିଆବାଲି ଛକଠାରୁ ମାଟିଖାଲ ରାସ୍ତାରେ ପୋର୍ଟକୁ ଦୈନିକ ଶତାଧିକ ଆଇରନ୍‌ ଓର୍‌ ଟ୍ରକ୍‌ ଯାଉଥିବାରୁ ଲୋକେ ଏହାକୁ ବିରୋଧ କରିଛନ୍ତି। ଭାରିଯାନ ଚଳାଚଳ ଫଳରେ କାଳିଆବାଲି ଛକ-ମାଟିଖାଲ ରାସ୍ତା କଦର୍ଯ୍ୟ ହେଉଥିବାରୁ ବନ୍ଦ ଦାବିରେ ଲୋକେ ରାସ୍ତା ଅବରୋଧ କରିଥିଲେ। ଏହାର ସମାଧାନ ପାଇଁ ଛତ୍ରପୁରଠାରେ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କ ଅଧ୍ୟକ୍ଷତାରେ ଏକ ତ୍ରିପାକ୍ଷିକ ବୈଠକ ବସିଥିଲା। ୨୨ ତାରିଖରେ ପୁଣି ବୈଠକ ବସିବ ବୋଲି ନିଷ୍ପତ୍ତିି ହୋଇଥିଲା। ଅଟକି ରହିଥିବା ଗାଡିଗୁଡିକୁ ରାତି ବେଳେ ପୋର୍ଟକୁ ଛଡାଯିବ ଏବଂ ଆଉ କୌଣସି ଗାଡି ଏଠାକୁ ନ ପଠାଇବାକୁ ପୋର୍ଟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ୧୮ ତାରିଖ ମଧ୍ୟରେ ସବୁ ଗାଡି ପୋର୍ଟକୁ ଛଡାଯିବ ଏବଂ ଜାତୀୟ ରାଜପଥ କ୍ଲିୟର କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ମାତ୍ର ଏବେ ବି ଶତାଧିକ ଗାଡି ଜାତୀୟ ରାଜପଥରେ ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?