ଜାତୀୟ ରାଜପଥ କାମ ଅଧାପନ୍ତରିଆ

ନୂଆପଡା ଅଫିସ,୨ା୬-
ନୂଆପଡ଼ାର ଲାଇଫ ଲାଇନ କୁହାଯାଉଥିବା ୩୫୩ ନମ୍ବର ଜାତୀୟ ରାଜପଥ କାମ ଯେତିକି ଲମ୍ବି ଚାଲିଛି ଜିଲାବାସୀଙ୍କ ମୁଣ୍ଡ ବ୍ୟଥା ସେତିକି ବଢିଚାଲିଛି ା ଏହାକୁ ନେଇ ବିଭିନ୍ନ ସମୟରେ ଦାବି ପ୍ରତିବାଦ ଚାଲିଥିଲେ ମଧ୍ୟ ଅବସ୍ଥା ଯଥାପୂର୍ବଂ ତଥା ପର ରହିଛି। ଠିକାଦାର, ପ୍ରଶାସନ ପ୍ରତିଶ୍ରୁତି ଦେଉଛନ୍ତି। ହେଲେ ପରବର୍ତ୍ତୀ ସମୟରେ କୌଣସି କାର୍ଯ୍ୟକାରୀ ହୋଇପାରୁନାହିଁ। ନୂଆପଡ଼ା-ଖଡ଼ିଆଳ ରାସ୍ତା ଗମନାଗମନରେ ଏକ ପ୍ରକାର ବାଧାପ୍ରାପ୍ତ ହୋଇଛି। ଏନେଇ ନୂଆପଡ଼ାରୁ ଏକ ପ୍ରତିନିଧିଦଳ ଦିଲ୍ଲୀ ଯାଇ କେନ୍ଦ୍ରୀୟ ମନ୍ତ୍ରୀଙ୍କୁ ସାକ୍ଷାତକରି ଘଟଣାର ଦୃଷ୍ଟି ଆକର୍ଷଣ କରିଛନ୍ତି।
ନୂଆପଡ଼ା ଜିଲା ଓକିଲ ସଂଘ ସଭାପତି ତଥା ରାଜ୍ୟ ଭାଜପା ଉପସଭାପତି ପ୍ରସନ୍ନ କୁମାର ପାଢୀ ଏବଂ ସାମାଜିକ କର୍ମୀ ସୁରେଶ କୁମାର ଅଗ୍ରୱାଲଙ୍କ ନେତୃତ୍ୱରେ ଏକ ଟିମ୍‌ ଦିଲ୍ଲୀ ଯାଇଥିଲେ ା ସେଠାରେ ନୂତନ ଭାବେ ଦାୟିତ୍ୱ ନେଇଥିବା ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ତାଙ୍କ ନିବାସ କାର୍ଯ୍ୟାଳୟରେ ଭେଟିଥିଲେ। ସଭାପତି ପାଢୀ ଜିଲାର ପ୍ରକୃତ ସ୍ଥିତି ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରିଥିଲେ। ଏପରିକି ୩୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ୫ବର୍ଷ ହେଲା ଶେଷ ହେଉ ନ ଥିବା ଅଭିଯାଗ କରିଥିଲେ। ଫଳରେ ଜିଲାରେ ଏକ ଅସ୍ବାଭାବିକ ସ୍ଥିତି ସୃଷ୍ଟି ହୋଇଛି ା ଗମନାଗମନରେ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ରାସ୍ତ କାମ ଅଧାପନ୍ତରିଆ ଯୋଗୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି ା ଏନେଇ ଉପରିସ୍ଥ ଅଧିକାରୀମାନଙ୍କୁ ଜଣାଇ ମଧ୍ୟ କୌଣସି ପ୍ରତିକାର କରାଯାଉ ନାହିଁ। ମନ୍ତ୍ରୀ ଗଡକରି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଥିବା ପ୍ରତିନଧି ଦଳ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ଏକ ୩୦ ଜଣିଆ ପ୍ରତିନିଧି ଦଳ ଦିଲ୍ଲୀ ଯାଇ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ। ହେଲେ କୌଣସି ପଦକ୍ଷେପ ନିଆଯାଇ ନ ଥିଲା ା ବର୍ତ୍ତମାନ ଏହା କେତେଦୂର କାର୍ଯ୍ୟକାରୀ ହୋଇପାରୁଛି ତାହା ଦେଖିବାକୁ ବାକି ରହିଛି ବୋଲି ସାଧାରଣରେ ଆଲୋଚନା ହେଉଛି। ଉଲ୍ଲେଖଯୋଗ୍ୟ, ଗତ ୨୬ତାରିଖ ରାସ୍ତା କାମ ତୁରନ୍ତ ଶେଷ କରିବା ଦାବିରେ ନାଗରିକ ସଂଘ ପକ୍ଷରୁ ଅର୍ଥନୈତିକ ଅବରୋଧ କରାଯାଇଥିଲା। ସେହି ଦିନଠାରୁ ବାଞ୍ଜୀବାହାଲ ଗାଁ ନିକଟରେ ରାସ୍ତା ନିର୍ମାଣ କାମ ଚାଲିଛି ା ହେଲେ ଏହାବାଦ ଆହୁରି ୪ରୁ ୫ଟି ସ୍ଥାନରେ ରାସ୍ତା ଶୋଚନୀୟ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ...

ଆମଦାନୀ ନେତାଙ୍କୁ ଭରସା କରିଚାଲିଛି ବିଜେଡି

ସମ୍ବଲପୁର,୧୪।୪ (ଭବାନୀ ଶଙ୍କର ଭୋଇ)ସମ୍ବଲପୁର ଜିଲାର କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ସଂରକ୍ଷିତ ରହିଛି । ଏହି କ୍ଷେତ୍ରରେ ବିଜେଡି ଆମଦାନୀ...

ବିନା ଶୋଭାଯାତ୍ରାରେ ହେବ ହନୁମାନ ଜୟନ୍ତୀ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରରେ ରବିବାର ହନୁମାନ ଜୟନ୍ତୀ ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ପ୍ରଶାସନିକ କଟକଣା ହେତୁ ବିନା ଶୋଭାଯାତ୍ରାରେ ଉତ୍ସବ...

ଆଜିଠୁ ସମଲେଇ ମନ୍ଦିରରେ ମାଦକଦ୍ରବ୍ୟ ନିଷେଧ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମନ୍ଦିର ଟ୍ରଷ୍ଟବୋର୍ଡର ନିଷ୍ପତ୍ତି ଅନୁସାରେ ପୀଠ...

ବିଜେଡି ଗୋଷ୍ଠୀ କନ୍ଦଳ ଟାଳିବାକୁ ପ୍ରସନ୍ନ କାର୍ଡ

ସମ୍ବଲପୁର,୧୩ା୪(ପ୍ରମୋଦ ବହିଦାର), ଭୁବନେଶ୍ୱର(ଅନିଲ ଦାସ): ବିଜେଡି ଗୁରୁବାର ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri