ଜାତୀୟ ରାଜପଥ ପାଲଟିଛି ଶୁଖୁଆ ଖଳା

ଗଞ୍ଜାମ,୧୩ା୧୨(ଡି.ଏନ.ଏ.) – ଗଞ୍ଜାମ ସହର ନିକଟସ୍ଥ ଦାମୋଦରପୁର ଗ୍ରାମର ପ୍ରାୟ ସମସ୍ତ ପରିବାର ମତ୍ସ୍ୟଜୀବୀ। କେତେକ ପରିବାର ଋଷିକୁଲ୍ୟା ନଦୀରେ ମାଛ ମାରି ଜୀବିକା ନିର୍ବାହ କରୁଥିବାବେଳେ ଆଉ କେତେକ ପରିବାର ରବିବାର ଜିଲା ପ୍ରସିଦ୍ଧ ହୁମ୍ମା ହାଟରୁ ଶୁଖୁଆ କିଣି ସେଗୁଡ଼ିକୁ ପୁଣି ସଫା କରି ଶୁଖାଇ ଗଁା ଗଁା ବୁଲି ବିକ୍ରି କରିଥାନ୍ତି। ସେଥିରୁ ଯାହା ଆୟ ହୁଏ ସେଥିରେ ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ କୌଣସି ବ୍ୟବସ୍ଥା କରୁ ନ ଥିବାରୁ ସେମାନେ ବାଧ୍ୟହୋଇ ୧୬ନଂ. ଜାତୀୟ ରାଜପଥରେ ଶୁଖୁଆକୁ ଶୁଖାଇବାକୁ ବାଧ୍ୟ ହେଉଛନ୍ତି। ଯଦି ପ୍ରଶାସନ ପକ୍ଷରୁ ଶୁଖୁଆଖଳା ନିର୍ମାଣ କରାଯାଆନ୍ତା ତା’ହେଲେ ମତ୍ସ୍ୟଜୀବୀମାନେ ବିପଜ୍ଜନକ ଭାବେ ରାଜପଥ ବ୍ୟବହାର କରି ନ ଥାନ୍ତେ ବୋଲି ଜଣେ ମହିଳା ଶୁଖୁଆ ବ୍ୟବସାୟୀ କହିଛନ୍ତି। ଏଥିସହିତ ଶୁଖୁଆର ଚାହିଦା ମଧ୍ୟ ଦିନକୁ ଦିନ କମୁଥିବା ସେ କହିଛନ୍ତି। ସେହିପରି ହୁମ୍ମା କୈବର୍ତ୍ତ ସାହିର ବ୍ୟବସାୟୀମାନେ ମଧ୍ୟ ଜାତୀୟ ରାଜପଥ ପାର୍ଶ୍ୱରେ ଶୁଖୁଆ ଶୁଖାଇବାକୁ ବାଧ୍ୟ ହେଉଛନ୍ତି। ସେମାନଙ୍କର ମଧ୍ୟ ରାଜପଥ ଏକମାତ୍ର ବିକଳ୍ପ। ଦୈନନ୍ଦିନ ହଜାର ହଜାର ଟ୍ରକ, ବସ୍‌ ରାଜପଥ ଦେଇ ବ୍ରହ୍ମପୁରରୁ ଭୁବନେଶ୍ୱର ଯାତାୟାତ କରୁଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହିହେବ ନାହିଁ। ଏଣୁ ବ୍ଲକ କିମ୍ବା ଜିଲା ପ୍ରଶାସନ ପକ୍ଷରୁ ଶୁଖୁଆ ବ୍ୟବସାୟୀଙ୍କ ନିମନ୍ତେ ଶୁଖୁଆଖଳା ନିର୍ମାଣ ପାଇଁ ଦାବି ହୋଇଛି। ଏନେଇ ବିଡିଓ ଜ୍ୟୋତି ଶଙ୍କର ରାଏଙ୍କୁ ପଚାରିବାରେ ଶୁଖୁଆ ଖଳା ନିର୍ମାଣ କାମ ଫିସେରୀ ଡିପାର୍ଟମେଣ୍ଟ କରିବ। ତେଣୁ ଏନେଇ ବିଭାଗକୁ ଅବଗତ କରାଯାଇଛି। ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri