ଜାତୀୟ ରାଜପଥ ମାନ୍ୟତା ପାଇଁ ଦାବିପତ୍ର

କପ୍ତିପଦା,୧୦ା୧୨(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଦେଇ ଟି.ଡି.ପି.ୟୁ ଏମ.ବି.ଆର(ଠାକୁରମୁଣ୍ଡା, ଡଙ୍ଗାଡିହା, ପୋଡାଡିହା,ଉଦଳା,ମାଣତ୍ରୀ,ବୈଶିଙ୍ଗା ଓ ରୂପସା) ଏମଡିଆର-୭୦ ଏକ ରାସ୍ତା ରହିଛି। ଏହି ରାସ୍ତାକୁ ଜାତୀୟ ରାଜପଥର ମାନ୍ୟତା ଦେବା ପାଇଁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଦୀପ କୁମାର ରାଉତ, ବିକାଶ ରଞ୍ଜନ ନାୟକ, ରାଜେଶ ନାୟକ, ଜୟରାମ ମାରାଣ୍ଡି ଓ ରଘୁ ସିଂଙ୍କ ନେତୃତ୍ୱରେ ୨୫୦୦ ଲୋକଙ୍କ ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ମୟୂରଭଞ୍ଜ ଏମ୍‌ପି ଇଂ. ବିଶେଶ୍ୱର ଟୁଡୁଙ୍କ୍‌ୁ ସେମାନେ ପ୍ରଦାନ କରିଛନ୍ତି। ଉଦଳା ବିଧାୟକ ଭାସ୍କର ମଢେଇ ଓ ବଡସାହି ବିଧାୟକ ସନାତନ ବିଜୁଳି ମଧ୍ୟ ନିଜ ନିଜ ପ୍ୟାଡରେ ଏହି ରାସ୍ତା ନିର୍ମାଣର ଆବଶ୍ୟକତା ସମ୍ପର୍କରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତୀନ ଗଡକରୀଙ୍କ ଉଦ୍ଦେଶ୍ୟରେ ଏମପିଙ୍କୁ ଲିଖିତ ଦାବି ଜଣାଇଛନ୍ତି। ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ଏମପି ଟୁଡୁ ଏ ସଂକ୍ରାନ୍ତରେ କେନ୍ଦ୍ର ପରିବହନ ମନ୍ତ୍ରୀ ଗଡକରୀଙ୍କୁ ସାକ୍ଷାତ କରି ସମସ୍ୟା ସମ୍ପକରେ ଅବଗତ କରିଛନ୍ତି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳର ପାରିପାର୍ଶ୍ୱିକ ସ୍ଥିତି, ଆଦିବାସୀ ଲୋକଙ୍କ ବିକାଶ ଓ ଏହା ରାସ୍ତା କିପରି ସେମାନଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧିରେ ସହାୟକ ହୋଇ ପାରିବ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଦାବିପତ୍ର ପ୍ରଦାନ କରିଛନ୍ତି। ୨୦୨୦ରେ ଏସମ୍ପର୍କରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କେନ୍ଦ୍ର ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଏମପି କହିଛନ୍ତି। ଫଳରେ ଏହି ରାସ୍ତା ଆଗାମୀ ଦିନରେ ଜାତୀୟ ରାଜପଥର ମାନ୍ୟତା ପାଇବ ବୋଲି ଆଶା ଉଦ୍ରେକ ହୋଇଛି। ଠାକୁରମୁଣ୍ଡାରୁ ରୂପସା, ବାଲେଶ୍ୱର ପର୍ଯ୍ୟନ୍ତ ଦୀର୍ଘ ୧୦୪ କି.ମିର ଏହି ରାସ୍ତା ରହିଛି। ଏହି ରାସ୍ତା ଜାତୀୟ ରାଜପଥର ମାନ୍ୟତା ପାଇଲେ ଏହା ରାଉରକେଲା, କଲିକତା ଓ କେନ୍ଦୁଝର ଜାତୀୟ ରାଜପଥ ସହିତ ସଂଯୋଗ କରିବ। ଏହା ସହିତ ଏହି ଅଞ୍ଚଳରେ ଗମନାଗମନ ଓ ପରିବହନ ସୁଗମ ହେବ। ଏହି ଅଞ୍ଚଳରେ ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ ଲୋକ ଆଦିବାସୀ ସମ୍ପ୍ରଦାୟର। ଏମାନଙ୍କ ମଧ୍ୟରୁ ବିଶେଷକରି ଶ୍ରମିକ, ଦିନ ମଜୁରିଆ ଓ କୃଷକଙ୍କ ସଂଖ୍ୟା ଅଧିକ। ଏମାନେ ବିଭିନ୍ନ ପ୍ରକାର ସମସ୍ୟା ଦେଇ ଗତି କରୁଥିବା ବେଳେ ସେମାନଙ୍କର ଆର୍ଥିକ ମାନଦଣ୍ଡ ମଧ୍ୟ ଗରିବ ସୀମା ରେଖା ତଳେ ରହିଛି। ଏହି ରାସ୍ତା ନିର୍ମାଣ ହେଲେ ସେମାନେ ବାଲେଶ୍ୱର, କଲିକତା, ବାଦାମପାହାଡ ଓ ବଡବିଲ ଆଦି ଶିଳ୍ପାଞ୍ଚଳକୁ ଯାଇ ନିଜ ନିଜର ଆର୍ଥିକ ମାନଦଣ୍ଡକୁ ସୁଦୃଢ କରି ପାରିବେ ବୋଲି ଜଣାଯାଇଛି। ଉକ୍ତ ରାସ୍ତା ନିର୍ମାଣରେ ଫିଜିବିଲିଟି ରିପୋର୍ଟ ଯଥା ଲ୍ୟାଣ୍ଡ ଡିସପୁଟ, ଜଙ୍ଗଲଜମିି ସମସ୍ୟା ଆଦି ରହିବ ନାହିଁ ବୋଲି ମଧ୍ୟ ଉଲ୍ଲେଖ ରହିଛି। ତେଣୁ କେନ୍ଦ୍ର ପରିବହନ ମନ୍ତ୍ରୀ ଏଥିପ୍ରତି ଦୃଷ୍ଟି ଦେଇ ଦାବିକୁ କାର୍ଯ୍ୟକାରୀ କରିବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri