Posted inଖେଳ

ଜାତୀୟ ରେକର୍ଡ ସହ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ନିଜ ଜାଜ୍ଜୁଲ୍ୟମାନ କ୍ୟାରିୟରରେ ଆଉ ଏକ ସଫଳତାଫର୍ଦ୍ଦ ଯୋଡ଼ିଛନ୍ତି। ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ଭାଙ୍ଗିଛନ୍ତି ଏହି ଓଡ଼ିଆ ଆଥଲେଟ୍‌। କେବଳ ସେତିକି ନୁହେଁ ସେ ସ୍ବର୍ଣ୍ଣ ପଦକ ହାସଲ କରି ଏହି ସଫଳତାକୁ ଅଧିକ ସ୍ମରଣୀୟ କରିଛନ୍ତି। ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ଅନୁଷ୍ଠିତ ସେମିଫାଇନାଲରେ ସେ ୧୧.୨୨ ସେକେଣ୍ଡ ସମୟ ନିଜ ନାମରେ ଥିବା ଜାତୀୟ ରେକର୍ଡ ଟାଇମିଂରେ ଉନ୍ନତି ଆଣିଛନ୍ତି। ଗତ ଏପ୍ରିଲରେ ଦୋହାଠାରେ ଅନୁଷ୍ଠିତ ଇଭେଣ୍ଟରେ ସେ ୧୧.୨୬ ସେକେଣ୍ଡ ସମୟ ନେଇ ଜାତୀୟ ରେକର୍ଡର ଅଧିକାରିଣୀ ଥିଲେ। ଏଠାରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଫାଇନାଲରେ ପ୍ରବେଶ କରିଥିବା ଆଥଲେଟ୍‌ଙ୍କ ମଧ୍ୟରେ ଦୂତୀ ସବୁଠାରୁ କମ୍‌ ସମୟ ନେଇଥିଲେ। ଗୁରୁବାର ଅନୁଷ୍ଠିତ ହିଟ୍‌ରେ ସେ ୧୧.୫୫ ସେକେଣ୍ଡ ସମୟ ନେଇଥିଲେ। ସେମିଫାଇନାଲ ବେଳକୁ ସେ ନିଜ ଟାଇମିଂରେ ବହୁ ଉନ୍ନତି ଆଣିବାରେ ସକ୍ଷମ ହୋଇଛନ୍ତି। ଫାଇନାଲରେ ଦୂତୀ ସେମିଫାଇନାଲର ପ୍ରଦର୍ଶନକୁ ଦୋହରାଇ ପାରି ନ ଥିଲେ ହେଁ ୧୧.୨୫ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ତାମିଲନାଡ଼ୁର ଅର୍ଚନା ସୁସେନ୍ଦ୍ରନ ୧୧.୫୪ ଓ ରେଲଓ୍ବେର ହିମାଶ୍ରୀ ରୟ ୧୧.୫୭ ସେକେଣ୍ଡ ସମୟ ନେଇ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।

ଦୂତୀଙ୍କ ଟାଇମିଂ
ହିଟ୍‌: ୧୧.୫୫ ସେକେଣ୍ଡ
ସେମିଫାଇନାଲ: ୧୧.୨୨ ସେକେଣ୍ଡ
ଫାଇନାଲ ୧୧.୨୫ ସେକେଣ୍ଡ


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri