Posted inଖେଳ

ଜାତୀୟ ସଫ୍ଟଟେନିସ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୬।୬(ସ୍ପୋଟର୍‌ସ ବ୍ୟୁରୋ)- ମଧ୍ୟପ୍ରଦେଶର ଭୋପାଳଠାରେ ଆସନ୍ତା ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ୧୪ତମ ଜାତୀୟ ଜୁନିୟର ସଫ୍ଟଟେନିସ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏହି ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବା ଲାଗି ଓଡ଼ିଶା ବାଳିକା ଓ ବାଳକ ଦଳ ବୁଧବାର ଭୋପାଳ ଅଭିମୁଖେ ଗସ୍ତ କରିଛି। ଅଜିତ୍‌ ସାବରଙ୍କ ନେତୃତ୍ୱରେ ଗଠିତ ଓଡ଼ିଶା ବାଳକ ଦଳରେ ମହମ୍ମଦ ଅମନ୍‌, ଲଝମନ ମୀନାକା, ବ୍ରଜ ହିମିରିକା, ହେମନ୍ତ ଛତ୍ରିଆ, କୃଷ୍ଣଧର ନାୟକ, ସୁଦାମ ମୁଣ୍ଡା ମାଝୀ ଓ ପ୍ରଦୀପ ମଣ୍ଡଳ ରହିଛନ୍ତି। ସେହିଭଳି କରିସ୍ମା କିସାନଙ୍କୁ ବାଳିକା ଦଳର ଅଧିନାୟିକା ନିଯୁକ୍ତ କରାଯାଇଛି। ମୋନାଲିସା ନାୟକ, ଲିସା ଜୁଲଣ୍ଡୀ, ସ୍ନେହଲତା ସିଂ, ଚୂଡ଼ାମଣୀ ସୋରେନ, ଆମିସା ମିଞ୍ଜ ଓ ରିଙ୍କି ମିଞ୍ଜ ବାଳିକା ଦଳରେ ସ୍ଥାନ ପାଇଛନ୍ତି। ମହମ୍ମଦ ଆଜାମ ଓ ରବୀନ୍ଦ୍ର ହାଂସଦା ଯଥାକ୍ରମେ କୋଚ୍‌ ଓ ମ୍ୟାନେଜର ଭାବେ ଦଳ ସହ ଗସ୍ତ କରିଛନ୍ତି। ମହମ୍ମଦ ଅନସାର ଉଲ୍‌-ହକ୍‌, କୁନାଲ ବିଶ୍ୱାଳ ଓ ସତୀଶ କୁମାର ବିଶ୍ୱକର୍ମା ଅମ୍ପାୟର ରହିଛନ୍ତି। ଓଡ଼ିଶା ସଫ୍ଟଟେନିସ ଆସୋସିଏଶନର ସାଧାରଣ ସମ୍ପାଦକ ମହମ୍ମଦ ଆଜାମ ଓ କିସ୍‌ର କ୍ରୀଡ଼ା ନିର୍ଦ୍ଦେଶକ ରୁଦ୍ରକେଶ ଜେନା, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଆସୋସିଏଶନର ମୁଖ୍ୟ ପୃଷ୍ଠପୋଷକ ମନୋରଞ୍ଜନ ମହାନ୍ତି, ଅଧ୍ୟକ୍ଷ ରଞ୍ଜନ କୁମାର ନନ୍ଦ, ସଭାପତି ବିକାଶ ଚନ୍ଦ୍ର ପଟ୍ଟନାୟକ, କିଟ୍‌ର କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାସ, ଉପସଭାପତି, ଦିଲୀପ କୁମାର ମହାନ୍ତି, ରମେଶ ଚନ୍ଦ୍ର ଦାସ, ନବରଞ୍ଜନ ପଟ୍ଟନାୟକ, କୃଷ୍ଣଚରଣ ପଣ୍ଡା, ରିଣ୍ଟୁ ମିତ୍ର ପ୍ରମୁଖ ଓଡ଼ିଶା ଦଳକୁ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri