Posted inଖେଳ

ଜାତୀୟ ସିନିୟର ଚୟନ କମିଟିରେ ଦେବାଶିଷ ମହାନ୍ତି

ଅହମ୍ମଦାବାଦ, ୨୪ା୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କ୍ରିକେଟ ଉପଦେଷ୍ଟା କମିଟି ଗୁରୁବାର ଭାରତର ପୂର୍ବତନ ପେସ୍‌ ବୋଲର ଚେତନ ଶର୍ମାଙ୍କୁ ଜାତୀୟ ସିନିୟର ସିଲେକ୍ସନ ପ୍ୟାନେଲର ଚେୟାରମ୍ୟାନ ଭାବେ ନିଯୁକ୍ତ କରିଛି। ତାଙ୍କ ନେତୃତ୍ୱାଧୀନ ୫ ଜଣିଆ ଚୟନ କମିଟିରେ ସ୍ଥାନ ପାଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ ଓଡ଼ିଶାର ପୂର୍ବତନ ଖେଳାଳି ଦେବାଶିଷ ମହାନ୍ତି।

ଅନ୍ତର୍ଜାତୀୟ ସ୍ତରରେ ଭାରତ ପାଇଁ ଦେବାଶିଷ ୨ଟି ଟେଷ୍ଟ ଓ ୪୫ ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ଏହାବାଦ୍‌ ଓଡ଼ିଶା ପକ୍ଷରୁ ୧୧୭ଟି ପ୍ରଥମ ଶ୍ରେଣୀ ମ୍ୟାଚ ଓ ୧୨୯ଟି ଲିଷ୍ଟ ଏ’ ମ୍ୟାଚରେ ପ୍ରତିନିଧିତ୍ୱ କରିଥିଲେ।

ଏଠାରେ ବସିଥିବା ବିସିସିଆଇର ୮୯ତମ ବାର୍ଷିକ ସାଧାରଣ ଅଧିବେଶନ ଅବସରରେ ନୂଆ ଚୟନ କମିଟି ଗଠନ କରାଯାଇଛି। ସିଲେକ୍ସନ ପ୍ୟାନେଲରେ ପୂର୍ବତନ ଭାରତୀୟ ଖେଳାଳି ସୁନୀଲ ଯୋଶୀ ଓ ହର୍‌ବିନ୍ଦର ସିଂ ମଧ୍ୟ ସ୍ଥାନ ପାଇଛନ୍ତି। ପୂର୍ବତନ ଖେଳାଳି ଚେତନ ଶର୍ମା ୧୧ ବର୍ଷ ଧରି ଅନ୍ତର୍ଜାତୀୟ କ୍ରିକେଟରେ ସକ୍ରିୟ ଥିଲେ। ଭାରତ ତରଫରୁ ସେ ୨୩ଟି ଟେଷ୍ଟ ଓ ୬୫ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିଛନ୍ତି। ୧୯୮୭ ବିଶ୍ୱକପ୍‌ରେ ହ୍ୟାଟ୍ରିକ ଉଇକେଟ ନେବା ପୂରା ଦେଶ ପାଇଁ ଐତିହାସିକ ମୁହୂର୍ତ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri