ଜାନୁଆରୀ ୧୪ରୁ ଆଇଆଇଏମ୍‍ସିରେ ‘ଫିଲ୍ମି ଚକ୍କର-୩’

ଢେଙ୍କାନାଳ,୯।୧:: ଚଳଚ୍ଚିତ୍ରକୁ ନେଇ ଚର୍ଚ୍ଚା । ଚଳଚ୍ଚିତ୍ର ଉପରେ ଆଲୋଚନା । ପୁଣି ଚଳଚ୍ଚିତ୍ରର ବିଭିନ୍ନ ବିଭବକୁ ନେଇ କର୍ମଶାଳା । ଏସବୁର ସୁଯୋଗ ଆଣିଦେଇଛି ଭାରତୀୟ ଜନ ସଞ୍ଚାର ସଂସ୍ଥାନ, ଢେଙ୍କାନାଳ ପକ୍ଷରୁ ଆୟୋଜିତ ହେବାକୁ ଥିବା ଚଳଚ୍ଚିତ୍ର ସମ୍ପର୍କିତ କାର୍ଯ୍ୟକ୍ରମ ‘ଫିଲ୍ମି ଚକ୍କର-୩’ । ତିନିଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞ ଓ ଅଂଶଗ୍ରହଣକାରୀ ଆସି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ପ୍ରଥମ ଦିନରେ ‘ଓଟିଟି ଯୁଗରେ ସିନେମା’ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହେଉଛି । ଏଥିରେ ଓଟିଟି (ଓଭର୍‍ ଦି ଟପ୍‍) ଅର୍ଥାତ୍‍ ଅନ୍‍ଲାଇନ୍‍ ଷ୍ଟ୍ରିମିଂ ମାଧ୍ୟମରେ ପ୍ରଦର୍ଶିତ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସହ ପାରମ୍ପରିକ ଚଳଚ୍ଚିତ୍ରର ଭୂମିକା, ଆଦର ଆଦି କେତୋଟି ତୁଳନାତ୍ମକ ଦିଗ ଉପରେ ଆଲୋଚନା ହେବ । ଏଥିରେ କିଟ୍‍ ସ୍କୁଲ୍‍ ଅଫ୍‍ ସିନେମାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଚଳଚ୍ଚିତ୍ର ନିର୍ଦ୍ଦେଶକ ହିମାଂଶୁ ଖଟୁଆ, ସୁଲେଖକ ତଥା ଆଇଆଇଏମ୍‍ସି ଅମରାବତିର ପୂର୍ବତନ ନିର୍ଦ୍ଦେଶକ ନଦିମ୍‍ ଖାଁ, ଜାତୀୟ ପୁରସ୍କାରପ୍ରାପ୍ତ ଚଳଚ୍ଚିତ୍ର ଲେଖକ ଡ. ପିୟୁଷ ରାୟ, କୋଲ୍‍କାତା ଜାଭିୟର କଲେଜ୍‍ର ପ୍ରଫେସର ତଥା ଚଳଚ୍ଚିତ୍ର ନିର୍ମାତା ଉତ୍ସବ ଚାଟାର୍ଜୀ ଓ ସମ୍ବଲପୁର ମହିଳା ମହାବିଦ୍ୟାଳୟ ହିନ୍ଦୀ ବିଭାଗୀୟ ମୁଖ୍ୟ ଡ. ଜୟନ୍ତ କର ଶର୍ମା ଯୋଗଦେଇ ଆଲୋଚନା କରିବେ । ଏହାସହ କିଛି ଶିକ୍ଷାବିତ୍‍ ଓ ଶିକ୍ଷାର୍ଥୀ ଏ ବିଷୟ ଉପରେ ସନ୍ଦର୍ଭ ଉପସ୍ଥାପନ କରିବେ ।
ସେହିପରି ଦ୍ୱିତୀୟ ଦିନ ହେବାକୁ ଥିବା ଚଳଚ୍ଚିତ୍ର ଆପ୍ରିସିଏସନ୍‍ କର୍ମଶାଳାରେ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଛାତ୍ରଛାତ୍ରୀ ଯୋଗଦେଉଛନ୍ତି । ପିୟୁଷ ରାୟଙ୍କ ସଂଯୋଜନାରେ ହେବାକୁ ଥିବା ଏହି କର୍ମଶାଳାରେ ଚଳଚ୍ଚିତ୍ର ସମ୍ପର୍କିତ ରିପୋର୍ଟିଂଠାରୁ ଆରମ୍ଭ କରି ଚଳଚ୍ଚିତ୍ର ସମୀକ୍ଷା, ଚଳଚ୍ଚିତ୍ର ସମାଲୋଚନା ତଥା ଅନ୍ୟାନ୍ୟ ବୈଷୟିକ ଦିଗ ଉପରେ ଆଲୋଚନା ହେବ । ଏହାସହ କେତୋଟି ଉପାଦେୟ ପ୍ରାମାଣିକ ଚଳଚ୍ଚିତ୍ର ଓ ଫିଚର ଫିଲ୍ମ ମଧ୍ୟ ପ୍ରଦର୍ଶିତ ହେବାର କାର୍ଯ୍ୟସୂଚୀ ରହିଛି ।
ଚଳଚ୍ଚିତ୍ର ସାମ୍ବାଦିକତା ପାଇଁ ଇଚ୍ଛୁକ ଛାତ୍ରଛାତ୍ରୀଙ୍କୁ ଏହି କର୍ମଶାଳା ବେଶ୍‍ ସହାୟକ ହେବ ବୋଲି ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମୃଣାଳ ଚାଟାର୍ଜୀ କହିଛନ୍ତି । ‘ଫିଲ୍ମି ଚକ୍କର’ର ଏହା ତୃତୀୟ ସଂସ୍କରଣ ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri