ଜାନୁୟାରୀରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଜାନୁୟାରୀ ପହିଲାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯିବ। ୩ ମାସ ଅବଧି ପରେ ଏହି ନିୟମକୁ ଆହୁରି କଠୋର ଭାବେ ଲାଗୁ କରାଯିବ। ସେ ନେଇ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ସହ ଡ୍ରାଇଭିଂ ଲାଇସେନ୍ସ ଓ ଅନ୍ୟାନ୍ୟ ସେବା ଯୋଗାଇ ଦେବାକୁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ରାଜ୍ୟର ୩୫ଟି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କୁ ଶୁକ୍ରବାର ବାଣିଜ୍ୟ ଓ ପରିବହନ ବିଭାଗ ସଚିବ ଜି. ଶ୍ରୀନିବାସ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।
ରାସ୍ତା ସୁରକ୍ଷା ନେଇ ଆରଟିଓମାନେ ଜିଲା ସଡ଼କ ସୁରକ୍ଷା କମିଟି ସହ ଆଲୋଚନା କରିବେ। ଶିକ୍ଷାନୁଷ୍ଠାନଗୁଡିକରେ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯିବା ସହ ଏନଜିଓ ସହଯୋଗରେ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ କୁହାଯାଇଛି। ସହରାଞ୍ଚଳରେ ଶିକ୍ଷାନୁଷ୍ଠାନ, କମ୍ୟୁନିଟି ସେଣ୍ଟର ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ କାଉଣ୍ଟର ଖୋଲି ଲର୍ନିଂ ଲାଇସେନ୍ସ ଦେବାକୁ ପରାମର୍ଶ ଦିଆଯାଇଛି। ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ (ପିୟୁସି) ସାର୍ଟିଫିକେଟ ପାଇଁ କେତେ ଟଙ୍କା ଦେବାକୁ ପଡ଼ିବ ସେ ବିଷୟରେ ଜନସାଧାରଣଙ୍କ ଅବଗତି ନିମନ୍ତେ ରେଟ୍‌ ଚାର୍ଟ ଝୁଲାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ମଧ୍ୟସ୍ଥ ଯେପରି କାର୍ଯ୍ୟାଳୟକୁ ନ ଆସନ୍ତି ସେ ଦିଗରେ ଦୃଷ୍ଟି ଦେବା ସହ ଅଭିଯୋଗ ପାଇଁ ହେଲ୍‌ପ ଲାଇନ ନମ୍ବର ଦେବାକୁ ପରାମର୍ଶ ଦିଆଯାଇଛି। ଜନସଚେତନତା ପାଇଁ ରାସ୍ତା କଡ଼ରେ ପର୍ଯ୍ୟାପ୍ତ ପରିମାଣର ହୋର୍ଡିଂ ଲଗାଇବାକୁ କୁହାଯାଇଛି। ଏହାଛଡା ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ କର୍ମଶାଳା, ସଚେତନତା କ୍ୟାମ୍ପ, ଯୁବଗୋଷ୍ଠୀଙ୍କ ମଧ୍ୟରେ ଟ୍ରାଫିକ୍‌ ନିୟମ ବିଷୟରେ ପ୍ରତିଯୋଗିତା ଆଦି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ୩ଟି ବର୍ଗରେ ବିଭକ୍ତ କରାଯାଇଥିବା ଆରଟିଓଗୁଡିକୁ ଟ୍ରାଫିକ୍‌ ନିୟମ ବିଷୟରେ ଜନସଚେତନତା କାର୍ଯ୍ୟକ୍ରମ ପାଇଁ ସଡ଼କ ସୁରକ୍ଷା ସମିତି ପାଣ୍ଠିରୁ ଯଥାକ୍ରମେ ୧୦ ଲକ୍ଷ, ୭.୫ ଲକ୍ଷ ଏବଂ ୫ ଲକ୍ଷ ଟଙ୍କା ଯୋଗାଇ ଦିଆଯିବ। ବାଲେଶ୍ୱର, ଭୁବନେଶ୍ୱର-୧ ଓ ୨, କଟକ, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲା, ବରଗଡ, ଭଦ୍ରକ ଆରଟିଓକୁ ୧୦ ଲକ୍ଷ, ଅନୁଗୋଳ, ବଲାଙ୍ଗୀର, ଚଣ୍ଡିଖୋଲ, ଢେଙ୍କାନାଳ, ଝାରସୁଗୁଡା, ଯାଜପୁର, ଜଗତ୍‌ସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନୟାଗଡ଼, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୁନ୍ଦରଗଡ଼କୁ ୭.୫ ଲକ୍ଷ ଏବଂ ଭଞ୍ଜନଗର, ଦେବଗଡ଼, ଗଜପତି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ଫୁଲବାଣୀ, ସୋନପୁର ଏବଂ ତାଳଚେର ଆରଟିଓକୁ ୫ ଲକ୍ଷ ଟଙ୍କା ଲେଖାଏ ଯୋଗାଇ ଦିଆଯିବ।
ରାଜ୍ୟରେ ଘଟୁଥିବା ସଡ଼କ ଦୁର୍ଘଟଣା ଓ ଏଥିରେ ମୃତାହତକୁ ନେଇ ବେଳକୁ ବେଳ ଚିନ୍ତା ବଢ଼ିବାରେ ଲାଗିଛି। ଓଡ଼ିଶାରେ ଏହା ଅତ୍ୟନ୍ତ ଉଦ୍‌ବେଗର କାରଣ ହୋଇଛି। ୨୦୧୮ରେ ସଡ଼କ ଦୁର୍ଘଟଣା ଯୋଗୁ ୫୩୧୫ ଜଣଙ୍କ ଜୀବନ ଯାଇଥିବା ବେଳେ ଗତ ଦୁଇ ଦଶନ୍ଧି ମଧ୍ୟରେ ୩୫ ହଜାର ଲୋକଙ୍କ ପ୍ରାଣହାନି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri